www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଆରେ ନାମଫଳକ ଲେଖିବା ପାଇଁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ

ନବରଙ୍ଗପୁର :ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ସରକାରୀ,ବେସରକାରୀ କାର୍ୟ୍ୟାଳୟ, ଅନୁଷ୍ଠାନ ଓ ପ୍ରତିଷ୍ଠାନ ମାନଙ୍କରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଏହାର ଖିଲାପ କଲେ ଆଇନ ଅନୁଯାୟୀ ଏଥିରେ ସଂପୃକ୍ତ ଅଧିକାରୀ, ଅନୁଷ୍ଠାନ, ବ୍ୟକ୍ତବିଶେଷଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପ।ଳଙ୍କ ଆବାସିକ କାର୍ୟ୍ୟାଳୟରେ ଅନୁଷ୍ଠିତ ଏକ ଜରୁରୀ ବୈଠକରେ ଜିଲ୍ଲାପ।ଳ ଡକ୍ଟର କମଳ ଲୋଚନ ମିଶ୍ର କଡା ନିର୍ଦ୍ଦେଶ ଦେଇଛନ୍ତି।
ଆସନ୍ତା ୨୭ ତାରିଖ ସୁଦ୍ଧା ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ କାର୍ୟ୍ୟାଳୟ, ଅନୁଷ୍ଠାନ, ପ୍ରତିଷ୍ଠାନ ମାନଙ୍କରେ ଯେପରି ଓଡ଼ିଆ ନାମ ଫଳକ ଲେଖାଯିବା ସହିତ ଏହି କାର୍ୟ୍ୟର ସଫଳ ରୂପାୟନର ରିପୋର୍ଟ୍ ଜିଲ୍ଲାପାଳଙ୍କୁ ପ୍ରଦାନ କରିବା ପାଇଁ ଏଥିସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।
ଜିଲ୍ଲାର ନବରଙ୍ଗପୁର ପୌରପାଳିକା ଓ ଉମରକୋଟ ପୌରପାଳିକାର ନିର୍ବାହୀ ଅଧିକାରୀ ଏ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରାଇବା ପାଇଁ ତଥା ସହରର ସମସ୍ତ ଦୋକାନ ବଜାର, ପ୍ରତିଷ୍ଠାନ ମାନଙ୍କରେ ଓଡ଼ିଆ ନାମ ଫଳକ ନିର୍ଦ୍ଧାରିତ ସମୟ ମଧ୍ୟରେ ଲେଖିବା ପାଇଁ ଡାକବାଜି ଯନ୍ତ୍ର ଯୋଗେ ବହୁଳ ପ୍ରସାର ପ୍ରଚାର କରିବା ପାଇଁ ଜିଲ୍ଲାପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାର ସମସ୍ତ ଦୋକାନ ବଜାର ପ୍ରତିଷ୍ଠାନ ମାନଙ୍କରେ ଯେପରି ଓଡ଼ିଆରେ ନାମ ଫଳକ ଲେଖାଯାଇ ପାରିବ ସେ ଦିଗରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ଜିଲ୍ଲାର ବଣିକ ସଂଘର କର୍ମକର୍ତ୍ତାଙ୍କୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି। ଜିଲ୍ଲାପାଳ ଡକ୍ଟର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ପ୍ରକଳ୍ପ ନିର୍ଦ୍ଦେଶକ ,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ରତ୍ନାକର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସଂସ୍କୃତି ଅଧିକାରୀ ଘାଷୀଆ ହରିଜନ, ନବରଙ୍ଗପୁର ବଣିକ ସଂଘର ରାକେଶ ଗୁପ୍ତା, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ।

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories