www.samajalive.in
Sunday, December 14, 2025
23.1 C
Bhubaneswar

କୋଷାଗୁମୁଡ଼ାରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର

ନବରଙ୍ଗପୁର: କୋଷାଗୁମୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୫ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ୧୪ଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୩୧ଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା । ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ରାସ୍ତା ଘାଟ ନିର୍ମାଣ, ମରାମତି, ନିଯୁକ୍ତି, ପ୍ରଧାନମନ୍ତ୍ରୀ ଆବାସ, ନୂତନ ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ, ବିଦ୍ୟୁତ୍ ଟ୍ରାନ୍ସଫର୍ମର ବ୍ୟବସ୍ଥା, କୋଷାଗୁମୁଡ଼ାରେ ସ୍ମାର୍ଟ୍ ବସଷ୍ଟାଣ୍ଡ ନିର୍ମାଣ, ଆର୍.ଏମ୍.ସି ଷ୍ଟଲ ନବୀକରଣ ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗର ଶୁଣାଣି ହୋଇଥିଲା ।

ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଲୋକଙ୍କ ଅଭିଯୋଗ ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ଗୋଟିଏ ହଳ ଆଶା ବାଡ଼ି, ୨ଟି ଅନ୍ଧ ବାଡ଼ି, ୮ଟି  ତିନି ଚକିଆ ସାଇକଲ, ୧୫ଟି ଚକ ଲଗା ଚୌକି ଇତ୍ୟାଦି ଜିଲ୍ଲାପାଳ ଡକ୍ଟର ମିଶ୍ରଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରତ୍ନାକର ସାହୁ, କୋଷାଗୁମୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, କୋଡିଙ୍ଗା ତହସିଲଦାର ଶିବ ପଟ୍ଟନାୟକଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories