www.samajalive.in
Monday, December 15, 2025
15.1 C
Bhubaneswar

ନନ୍ଦାହାଣ୍ଡି ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

ନବରଙ୍ଗପୁର: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ ୫  ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୩୫ଗୋଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା । ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ରାସ୍ତା ନିର୍ମାଣ, ମରାମତି, ପ୍ରଧାନମନ୍ତ୍ରୀ ଆବାସ, ନନ୍ଦା ହାଣ୍ଡିରେ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ, ବିବାହ ପ୍ରମାଣ ପତ୍ର ପ୍ରଦାନ, ପଞ୍ଚାୟତ କାମର ବକେଆ ପାଉଣା, ଦୀବ୍ୟାଙ୍ଗ ପ୍ରମାଣ ପତ୍ର ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗର ଶୁଣାଣି ହୋଇଥିଲା ।

ଲୋକଙ୍କ ଅଭିଯୋଗ  ଜିଲାପାଳ ଡଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଜିଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ୧୨ଗୋଟି ହୁଇଲ ଚୈର୍, ଦୁଇ ଗୋଟି  ଟ୍ରାଇ ସାଇକେଲ, ଦୁଇ ହଳ କ୍ରଚ, ଦୁଇ ଗୋଟି ଟେରା ପେଡ ଜିଲାପାଳ ଡକ୍ଟର ମିଶ୍ରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲାପରିଷଦ ରତ୍ନାକର ସାହୁ, ନନ୍ଦା ହାଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲା ପରିଷଦ ସଭ୍ୟ, ଜିଲ। ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଜନଜାତି ଉନ୍ନୟନ ବିଭାଗ ଅଭିମନ୍ୟୁ ମାଝୀ, ଜିଲ। ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ। ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ରଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories