www.samajalive.in
Monday, December 15, 2025
14.1 C
Bhubaneswar

ନବରଙ୍ଗପୁର ଜିଲାରେ୧୩୩ ଗ୍ରାମ ବାଲ୍ୟବିବାହ ମୁକ୍ତ, ଘୋଷଣା କଲେ ଜିଲାପାଳ

ନବରଙ୍ଗପୁର: ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାଏମ ରହିଛି। ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ। ପରିପକ୍ବ ବୟସ ପୂର୍ବରୁ ମାତୃତ୍ବ ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା। ତେବେ ଜିଲାରେ ଏହି ଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ତପ୍ତରତା ପ୍ରକାଶ ପାଇଛି। ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡ.ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ବେଷା ଅଭିଯାନ। ସମଗ୍ର ନବରଙ୍ଗପୁର ଜିଲାକୁ ୨୦୨୪ ମସିହା ସୁଧା ବାଲ୍ୟବିବାହ ମୁକ୍ତ ଜିଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ମାଧ୍ୟମରେ ଜିଲା ସମାଜ କଲ୍ୟାଣ ବିଭାଗ , ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହକୁ ବନ୍ଦ କରାଯାଇବା ନିମନ୍ତେ ପ୍ରୟାସ ଜାରି ରହିଛି।

ବିଶେଷ କରି ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ, ୱାର୍ଡମେମ୍ବର, ସ୍ବଂସହାୟକ ଦଳମାନଙ୍କ ସହିତ ବାଲ୍ୟ ବିବାହର କୁପରିଣାମ ବୈଠକ , ବାଲ୍ୟବିବାହ ମୁକ୍ତ ଗ୍ରାମ ଗଠନ ଓ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ ମାସର ସମସ୍ତ ଶନିବାର ଦିନ କିଶୋରୀ ମାନଙ୍କର ବୈଠକ କରାଯାଇ ନାବାଳିକା ବିବାହର କୁପରିଣାମ, ରକ୍ତ ହୀନତାର ମୁକାବିଲା, ସନ୍ତୁଳିତ ଆହାର ଓ ଶିଶୁ ଅଧିକାର ଉପରେ ବ୍ୟାପକ ଭାବରେ ଆଲୋଚନା କରାଯିବା ସହିତ ଲୋହସାର ବଟିକା କୁ କିଶୋରୀ ମାନେ ସେବନ କରିବାକୁ ଦିଆଯାଉଛି। ଏହାର ପ୍ରଭାବରେ ଗ୍ରାମ ଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ, ୱାର୍ଡମେମ୍ବର, ସ୍ବଂସହାୟକ ଦଳମାନେ ଜିଲାର ବିଭିନ୍ନ ଗ୍ରାମଗୁଡିକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିବା ପାଇଁ ଜିଲାପାଳଙ୍କୁ ସିଡିପିଓଙ୍କ ଜରିଆରେ ଆବେଦନ କରିବାପରେ, ଜିଲାପାଳ ଡଃ ମିଶ୍ର ଜିଲାର ମୋଟ ୧୩୩ଟି ଗ୍ରାମକୁ ଆନୁଷ୍ଠାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରିଛନ୍ତି। ଏହି ଗ୍ରାମ ଗୁଡିକ ମଧ୍ୟରେ ନନ୍ଦାହାଣ୍ଡି ବ୍ଲକର ୧୬ ଟି ଗାଁ , କୋଷାଗୁମୁଡା ବ୍ଲକର ୧୨ ଟି ଗାଁ, ଉମରକୋଟ ବ୍ଲକର ୬୧ ଟି ଗାଁ, ରାଇଘର ବ୍ଲକର ୨ ଟି ଗାଁ ଓ ତେନ୍ତୁଳିଖୁଣ୍ଟି ବ୍ଲକର ୪୨ ଟି ଗାଁ ଗ୍ରାମ ଅନ୍ତର୍ଭୁକ୍ତ ରହିଛି। ସେହିପରି ସମଗ୍ର ନବରଙ୍ଗପୁର ଜିଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ, ଚଳିତ ବର୍ଷ ଏପ୍ରିଲ ମାସରେ ୪୭ ଟି ଗ୍ରାମ, ମେ ମାସରେ ୩୬ ଗ୍ରାମ , ଜୁଲାଇ ମାସରେ ୮୪ ଟି ଗ୍ରାମ, ଅଗଷ୍ଟରେ ୧୦୯ ଟି ଗ୍ରାମ ଓ ସେପ୍ଟେମ୍ବରରେ ୧୩୩ଟି ଗ୍ରାମକୁ ମିଶାଇ ମୋଟ ୪୧୪ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories