www.samajalive.in
Thursday, December 11, 2025
14.1 C
Bhubaneswar

ନବରଙ୍ଗପୁର ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ଆଇଏଏସ ଅରବିନ୍ଦ ଅଗ୍ରୱାଲ

ନବରଙ୍ଗପୁର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ‘ମୋ ସ୍କୁଲ୍’ ଅଭିଯାନରେ ଆଜି ସୁଦ୍ଧା ୫୦ରୁ ଅଧିକ ବ୍ୟକ୍ତି ବିଶେଷ ପୋଷ୍ୟ ସ୍କୁଲ ଗ୍ରହଣ କରିଥିବା ସୂଚନା ମିଳିଛି। ଯେଉଁଥିରେ ମନ୍ତ୍ରୀ, ବିଧାୟକ, ଆଇଏଏସ୍, ଆଇପିଏସ୍, ଆଇଏଫ୍ଏସ୍, ବିଭିନ୍ନ ପରିଷଦର ଅଧ୍ୟକ୍ଷ ଅଧ୍ୟକ୍ଷା ରହିଛନ୍ତି। ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡ଼ିଥାଏ । ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ ଆଗକୁ ନେଇଥାଏ ଏବଂ ରୂପାନ୍ତରର ଭିତ୍ତି ପକାଇଥାଏ। ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସ୍କୁଲ’ କାର୍ୟ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ୟ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗିଦାରୀ ହୋଇପାରିବ, ତାହା ଭିତ୍ତିଭୂମି ବିକାଶ ହେଉ ବା ଶିକ୍ଷାଦାନ। ରାଜ୍ୟ ସରକାରଙ୍କ ଏହି କାର୍ୟ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇ ସେମାନେ ପଢ଼ିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ସଦର ମହକୁମାର ସ୍ଥିତ ରାଜା ଚୈତନ୍ୟ ଦେବ ନୋଡାଲ ସ୍କୁଲକୁ ଆଇଏଏସ ଅରବିନ୍ଦ ଅଗ୍ରୱାଲ ପୋଷ୍ୟ ସ୍କୁଲ ରୂପେ ଗ୍ରହଣ କରିଛନ୍ତି । ସେ ପୁରୀ ଜିଲ୍ଲାପାଳ ଭାବେ କାର୍ୟ୍ୟ ତୁଲାଇଥିଲେ ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories