www.samajalive.in
Saturday, December 6, 2025
14.1 C
Bhubaneswar

ଦୁଷ୍କର୍ମ ପରେ ନାବାଳିକାକୁ ହତ୍ୟା! ୩ ଅଟକ

ନବରଙ୍ଗପୁର: ନବରଙ୍ଗପୁରରେ ଲଜ୍ଜା। ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍କୁଲ ପଛରେ ଥିବା ଏକ ବୁଦାମୂଳରୁ ଛାତ୍ରୀଙ୍କର କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପୁଲିସ୍ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ଏବେ ତଦନ୍ତ କରୁଛି। ମଙ୍ଗଳବାର ଦିନ ଗୋଟାଏ ବେଳଠାରୁ ନାବାଳିକାଙ୍କର କୌଣସି ପତ୍ତା ମିଳିନଥିଲା। ବହୁ ଖୋଜାଖୋଜି ପରେ ସ୍କୁଲ ପଛ ବୁଦାମୂଳରୁ ପାଟିରେ ଗାମୁଛା ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିଲା।ଏପରିକି କିଛି ଦୂରରୁ ନାବାଳିକାଙ୍କ ପୋଷାକ ବି ମିଳିଛି। ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ପୁଲିସ୍ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories