www.samajalive.in
Sunday, December 14, 2025
26.1 C
Bhubaneswar

ଦୁଷ୍କର୍ମ ପରେ ନାବାଳିକାକୁ ହତ୍ୟା! ୩ ଅଟକ

ନବରଙ୍ଗପୁର: ନବରଙ୍ଗପୁରରେ ଲଜ୍ଜା। ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍କୁଲ ପଛରେ ଥିବା ଏକ ବୁଦାମୂଳରୁ ଛାତ୍ରୀଙ୍କର କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପୁଲିସ୍ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ଏବେ ତଦନ୍ତ କରୁଛି। ମଙ୍ଗଳବାର ଦିନ ଗୋଟାଏ ବେଳଠାରୁ ନାବାଳିକାଙ୍କର କୌଣସି ପତ୍ତା ମିଳିନଥିଲା। ବହୁ ଖୋଜାଖୋଜି ପରେ ସ୍କୁଲ ପଛ ବୁଦାମୂଳରୁ ପାଟିରେ ଗାମୁଛା ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିଲା।ଏପରିକି କିଛି ଦୂରରୁ ନାବାଳିକାଙ୍କ ପୋଷାକ ବି ମିଳିଛି। ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ପୁଲିସ୍ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories