ଭୁବନେଶ୍ବର : ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ନବରଙ୍ଗପୁର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣା: ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Popular Categories



