www.samajalive.in
Saturday, December 6, 2025
23.1 C
Bhubaneswar

ନବରଙ୍ଗପୁରରେ ଖୋଲିଲା ଶିଶୁ ବନ୍ଧୁତ୍ୱ ଥାନା

ନବରଙ୍ଗପୁର: ନବରଙ୍ଗପୁର ଆଦର୍ଶଥାନା ପରିସରରେ ଶିଶୁ ବନ୍ଧୁତ୍ୱ ଥାନା ଉଦ୍‍ଘାଟିତ ହୋଇଯାଇଛି। କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଶୁ ବନ୍ଧୁତ୍ବ ଥାନା ଉଦ୍‍ଘାଟନ କରିଥିଲେ। ଏହାସହିତ ରାଜ୍ୟ ସରକାର ଓ ପୁଲିସ ପ୍ରଶାସନ ପକ୍ଷରୁ ଏଠାରେ ଶିଶୁ ମାନଙ୍କର ପାଇଁ ପାଠାଗାର ଉଦଘାଟିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁରରେ ପ୍ରଥମ ପାଠାଗାର ଆରମ୍ଭ ହୋଇଛି ଏବଂ ଏହାପରେ ଉମରକୋଟ ଥାନାରେ ଏହା ଆରମ୍ଭ କରାଯିବ। ପରବର୍ତ୍ତୀ ସମୟରେ ସମସ୍ତ ଥାନାରେ ଏହି ପାଠାଗାର ଖୋଲାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପର୍ଶୋତ୍ତମଦାସ କହିଥିଲ। ଅନ୍ୟମାନଙ୍କର ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ନିହାର ରଞନ ପ୍ରଧାନ ଓ ଥାନା ଅଧିକାରୀ ତାରିକ ଅହମ୍ମଦ ଓ ଥାନାର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories