www.samajalive.in
Sunday, December 14, 2025
26.1 C
Bhubaneswar

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୨, ୧୫୮ ମାମଲାର ହେଲା ସମାଧାନ

ନବରଙ୍ଗପୁର: ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ସଂଜୀବ ଦୁବେ ଅଧ୍ୟକ୍ଷତାରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ -୨୦୨୨ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଜଜ ଶ୍ରୀ ଦୁବେ ଦୁଇଗୋଟି ଏମ.ଏ.ସି.ଟି. କେସ ଫଇସଲା କରି ୨୦,୩୮,୪୦୦ ଟଙ୍କା କ୍ଷତିପୂରଣ ରାଶି ଧାର୍ୟ୍ୟ କରିଛନ୍ତି। ପରିବାର ବିଚାର ବିଭାଗୀୟ ଜଜ ଡକ୍ଟର ମୁନ ରାଣୀ ମିଶ୍ର ୬ ଗୋଟି ପାରିବାରିକ ବିବାଦ କେସରେ ଆପୋଷ ମିଳାମିଶା କରାଇଛନ୍ତି। ଅତିରିକ୍ତ ଜିଲ୍ଲା ଜଜ ଶିବ ପ୍ରସାଦ ମିଶ୍ର ଗୋଟିଏ ଏମ.ଏ.ସି.ଟି. କେସ ଫଇସଲା କରି ୭୦,୦୦୦ ଟଙ୍କା କ୍ଷତିପୂରଣ ରାଶି ଧାର୍ୟ୍ୟ କରିଛନ୍ତି।

ବରିଷ୍ଟ ଦେବାନୀ ଜଜ ଅନ୍ନପୂର୍ଣ୍ଣା ନାୟକ ୭ ଟି ବ୍ୟ।ଙ୍କ ଋଣ ଦେୟ ସମ୍ବନ୍ଧୀୟ ବିବାଦର ଫଇସଲା କରି ୯,୪୧,୯୭୩ ଟଙ୍କା ରୁଣ ଆଦାୟ କରିଛନ୍ତି। ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ପ୍ରିୟ ରଞ୍ଜନ ଓଝା ୭୪ ଟି ଫୌଜଦାରୀ ମକଦ୍ଦମାର ଫଇସଲା କରିଛନ୍ତି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସର୍ବମୋଟ ୧୫୮ଟି ମାମଲାର ଫଇସଲା କରାଯାଇଛି ଓ ବ୍ୟାଙ୍କର ୪ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ୧,୨୯,୦୦୦ ରୁଣ ଆଦାୟ କରାଯାଇଛି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଅତିରିକ୍ତ ଜିଲ୍ଲା ଜଜ ନିରଞ୍ଜନ ସାହୁ, ଜିଲ୍ଲା କୋର୍ଟ ରେଜିଷ୍ଟ୍ରାର ଅପର୍ଣ୍ଣା ମହାପାତ୍ର ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଅରୟବାଲା ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚିବ ଅପର୍ଣ୍ଣା ମହାପାତ୍ର ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories