www.samajalive.in
Sunday, December 14, 2025
19.1 C
Bhubaneswar

କେନ୍ଦ୍ରମନ୍ତ୍ରୀଙ୍କ ଦ୍ଵାରା ଜିଲାସ୍ତରୀୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା

ନବରଙ୍ଗପୁର: କେନ୍ଦ୍ର ସଂଖ୍ୟା ଲଘୁ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଜୋହନ୍ ବାର୍ଲା ନବରଙ୍ଗପୁର ଜିଲା ଗସ୍ତରେ ଆସି ଜିଲାପ୍ରଶାସନ ତରଫରୁ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ଡକ୍ଟର କମଳ ଲୋଚନ ମିଶ୍ର କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସ୍ବାଗତ ଜଣାଇ ନବରଙ୍ଗପୁର ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ସରକାରଙ୍କ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏଥିରେ ସ୍ବାସ୍ଥ୍ୟ ସେବା, ପାନୀୟଜଳ, ଶିକ୍ଷା ବ୍ୟବସ୍ଥା, କୃଷି ଓ ଉଦ୍ୟାନ କୃଷି, ବେସାମରିକ ଯୋଗାଣ ବ୍ୟବସ୍ଥା, କୃଷକମାନଙ୍କ ପାଇଁ ଆବଶ୍ୟକ ଉଠା ଜଳସେଚନର ସୁବିଧା, ପ୍ରାଣୀ ଚିକିତ୍ସା, ମନରେଗା ଇତ୍ୟାଦି ବିଷୟରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ସମୀକ୍ଷା କରିଥିଲେ। ଏଥିସହ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣ ଯୋଜନା କିପରି ଲୋକଙ୍କ ପାଖରେ ପହଞ୍ଚିବ ସେଥିପ୍ରତି ଅଧିକ ଯତ୍ନବାନ୍ ହେବା ପାଇଁ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କର ବିକାଶ ପାଇଁ ଯୋଜନା କରୁଛନ୍ତି। ଯୋଜନା ଗୁଡିକ ତଳସ୍ତରରେ ପହଞ୍ଚିବାକୁ ଗୁରୁତ୍ୱ ଦେଇଥିଲେ । କେନ୍ଦ୍ରଓ ରାଜ୍ୟର ଯୋଜନାକୁ ବ।ଛବିଚାର ନକରି ତୁରନ୍ତ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଉମରକୋଟ ବିଧାୟକ ଶ୍ରୀ ଗଣ୍ଡ ଉମରକୋଟରେ ଇଥାନଲ କ।ରଖ।ନା ପାଇଁ ଜିଲାପ୍ରଶାସନ ଜମି ଯୋଗାଇଦେଉ ନଥିବାରୁ କାମ ହୋଇପାରୁ ନଥିବା କହିଥିଲେ। ତେବେ ଏଥିପ୍ରତି ପଦକ୍ଷେପ ନେବାକୁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ବ।ର୍ଲା ଜିଲାପାଳଙ୍କୁ କହିଥିଲେ । ଏହି ସମୀକ୍ଷା ବୈଠକରେ ବିଧାୟକ ଉମରକୋଟ ନିତ୍ୟାନନ୍ଦ ଗଣ୍ଡ, ପୂର୍ବତନ ଲୋକସଭା ସାଂସଦ ବଳଭଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରତ୍ନାକର ସାହୁ, ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରାଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

 

- Advertisement -

 

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories