www.samajalive.in
Thursday, December 11, 2025
14.1 C
Bhubaneswar

ନବରଙ୍ଗପୁରରେ ରାଷ୍ଟ୍ରୀୟ ଲୋକ ଅଦାଲତ, ଟ.୪,୯୨,୧୨୩/- ଋଣ ଆଦାୟ

ନବରଙ୍ଗପୁର : ଜିଲା  ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲା କୋର୍ଟ ପରିସରରେ ଜିଲା ଓ ଦୌରାଜର୍ଜ ତଥା ଜିଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ସଂଜୀବ ଦୁବେଙ୍କ ନିର୍ଦ୍ଦେଶ  କ୍ରମେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ -୨୦୨୪ ଅନୁଷ୍ଠିତ  ହୋଇଯାଇଛି। ଜିଲା  ଓ ଦୌରାଜଜ ସଂଜୀବ ଦୁବେ  ଗୋଟିଏ ନିଷ୍ପଦନ କେସ  ଫଇସଲା କରି ଟ.୪,୯୨,୧୨୩/- ଋଣ ଆଦାୟ କରିଛନ୍ତି । ପରିବାର ବିଚାର ବିଭାଗୀୟ ଜଜ୍ ଡକ୍ଟର ମୁନରାନୀ ମିଶ୍ର ୧୨ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ  ଦୁଇଟି କେସରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ରାଜୀବ ଲୋଚନ ସାହୁ ୪ ଟି ବ୍ୟ।ଙ୍କ ଋଣ ଦେୟ ସମ୍ବଦ୍ଧିୟ ବିବାଦ ର ଫଇସଲା କରି ଟ.୪,୯୬,୮୦୫.୪୦ ଟଙ୍କା ରୁଣ ଆଦାୟ କରିଛନ୍ତି । ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ,  ପ୍ରଜ୍ଞା ପଣ୍ଡା ୪୫ ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସର୍ବମୋଟ ୧୧୫ ଗୋଟି କୋର୍ଟ କେସ ଓ ୮୭୮୨ ଗୋଟି ରାଜସ୍ୱ କେସର ଫଇସଲା କରାଯାଇ ଟ.୧୧,୭୧,୧୩୦/- ରାଜସ୍ୱ ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କର ୩୦ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୬,୫୯,୨୦୦/- ରୁଣ ଆଦାୟ କରାଯାଇଛି ଓ ଭାରତ ସଂଚାର ନିଗମ ଲିମିଟେଡର ୨୯ ଟି ପ୍ରାକ ମକଦ୍ଦମା ଫଇସଲା କରାଯାଇ ଟ.୩୪,୩୭୭/- ରୁଣ ଆଦାୟ କରାଯାଇଛି।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅନ୍ୟାନ୍ୟ ଅତିଥି ରୂପେ ମୁଖ୍ୟବିଚାରବିଭାଗୀୟ ଦଣ୍ଡାଧିକାରି ବିନୋଦ ବିହାରୀ ସାହୁ ଓ ରେଜିଷ୍ଟ୍ରାର ଜିଲା କୋର୍ଟ ସୁକାନ୍ତ କିଶୋର ଜେନା ଯୋଗ ଦେଇଥିଲେ । ଜିଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories