www.samajalive.in
Sunday, December 14, 2025
26.1 C
Bhubaneswar

ଜିଲ୍ଲାସ୍ଥରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଶୋକ ମେହେଟା ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ପର୍ଯ୍ୟାଲୋଚନା କମିଟି ସମ୍ମିଳନୀ – ୨୦୨୧ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଶେଷ କରି ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ବାର୍ଷିକ କାର୍ଯ୍ୟ ଖସଡ଼ା କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ନିୟମିତ ଭାବରେ ହେଲମେଟ ତନଖି କରିବା ସହିତ ନିୟମିତ ଯାଞ୍ଚ କରିବା ପାଇଁ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ ନିର୍ଦ୍ଧେଶ ଦେଇଥିଲେ। ନିୟମିତ ଦୁର୍ଘଟଣା ପ୍ରବଣ ସ୍ଥାନଗୁଡିକୁ ଚିହ୍ନଟ କରି, ସେହି ସ୍ଥାନରେ ଦୁର୍ଘଟଣା ଜନିତ ସତର୍କ ସୂଚନା ଫଳକ ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସ୍ଥାପନ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ନବରଙ୍ଗପୁର, ବିଭୁ ରଞ୍ଜନ ନାୟକ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଏବଂ ଗୃହ ନିର୍ମାଣ, ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଉପ ଆରକ୍ଷୀ ଅଧିକ୍ଷକ, ନବରଙ୍ଗପୁରଙ୍କ ସହିତ ସମସ୍ତ କମିଟି ସଭ୍ୟ ଉପସ୍ଥିତ ଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories