www.samajalive.in
Sunday, December 7, 2025
14.1 C
Bhubaneswar

ନବରଙ୍ଗପୁର ଜିଲାସ୍ତରୀୟ ନୋଡାଲ ଅଧିକାରୀ ବୈଠକ, ସରକାରଙ୍କ କାର୍ଯ୍ୟକାରୀ ଯୋଜନାର ସମୀକ୍ଷା

ନବରଙ୍ଗପୁର: ନବରଙ୍ଗପୁର ଜିଲା ସ୍ତରୀୟ ନୋଡାଲ ଅଧିକାରୀମାନଙ୍କ ସହିତ ଏକ ସମୀକ୍ଷା ବୈଠକ ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଜିଲାପାଳ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ବୈଠକରେ ନବରଙ୍ଗପୁର ଜିଲାରେ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା ଶ୍ରମିକ ମାନଙ୍କ ପ୍ରାପ୍ୟ ସଠିକ ଭାବରେ ମାଷ୍ଟରରୋଲରେ ଦରଜ କରାଇବା ପାଇଁ ଆଲୋଚନା ହେବା ସହିତ ଜିଲ୍ଲା ନୋଡାଲ ଅଧିକାରୀ ମାନେ ତାଙ୍କର ବିଭିନ୍ନ ଗ୍ରସ୍ତ ସମୟରେ ଏଥିପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ଜିଲାପାଳ ନିର୍ଦେଶ ଦେଇଥିଲେ। ମୋ ଉପକାରୀ ବଗିଚା କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା। ଛତୁଆ ବଣ୍ଟନ ସହିତ ଅଙ୍ଗନବାଡି କେନ୍ଦ୍ରରେ ଶୀତ ପୋଷାକ ଓ ଜୋତାର କିଭଳି ସଠିକ ଭାବରେ ବଣ୍ଟନ ହେବ ଆଲୋଚନା ହୋଇଥିଲା। ଏହି ବୈଠକରେ ଜିଲାର ସମସ୍ତ ବ୍ୟକ୍ତିଙ୍କୁ କିଭଳି କୋଭିଡ ପରୀକ୍ଷା କରାଯାଇପାରିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।

ଏହି ବୈଠକରେ ନୋଡାଲ ଅଧିକାରୀ ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ ଜିଲାପାଳ ଭାସ୍କର ରୋଇତ, ଜିଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଏପିଡ଼ି ଡିଆରଡିଏ ରତ୍ନାକର ସାହୁ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଅମରେନ୍ଦ୍ର ପାଢ଼ୀ, ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶୋଭାରଣୀ ମିଶ୍ର, ସିଡ଼ିଭିଓ ନାରାୟଣ ବେହେରା, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଏବଂ ଗୃହ ନିର୍ମାଣ ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ନବରଙ୍ଗପୁର ସୁଦାମ ଚରଣ ମହାପାତ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ ଜିଲା ସହ ଯୋଗାଣ ଅଧିକାରୀ, ଦୁର୍ଗାପ୍ରସାଦ ମାଝୀ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories