www.samajalive.in
Saturday, December 13, 2025
18.1 C
Bhubaneswar

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ

ନବରଙ୍ଗପୁର : ସ୍ଥାନୀୟ ମିଶନଶକ୍ତି ସଭା ଗୃହରେ ନବରଙ୍ଗପୁର ଜିଲାପାଳ ଡ.କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶମନ ଓ ପରିଚାଳନା(ବନ୍ୟା) କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ସାଂସଦ ରମେଶ ଚନ୍ଦ୍ର ମାଝୀ ଙ୍କର ପ୍ରତିନିଧି ପ୍ରମୋଦ କୁମାର ପାଢ଼ୀ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଙ୍କ ପ୍ରତିନିଧି ମାନସ ରଞ୍ଜନ ଦାସ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା, ନବରଙ୍ଗପୁର ପୌରାଧ୍ୟକ୍ଷ କୁନୁ ନାୟକ, ଉମରକୋଟ ପୌରାଧ୍ୟକ୍ଷା ରାଧା ଭତରା, ଅତିରିକ୍ତ ଜିଲା ପାଳ ଭାସ୍କର ରଇତ, ଉପ ଜିଲାପାଳ ପ୍ରଶାନ୍ତ କୁମାର ରାଉତ, ଜିଲା ଜରୁରୀକାଳୀନ ଅଧିକାରୀ ନିର୍ମଳ କୁମାର ନାୟକ ସମେତ ଜିଲା ସ୍ତରୀୟ ସମସ୍ତ ଅଧିକାରୀ, ସମସ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ଏବଂ ତହସିଲଦାର, ନିର୍ବାହି ଅଧିକାରୀ ଉପସ୍ଥିତ ଥିଲେ। ବିଶେଷ କରି ବର୍ଷା ଦିନ ବନ୍ୟା ସମୟରେ ଏହାର ସଫଳ ମୁକାବିଲା କିପରି ଭାବରେ କରାଯାଇ ପାରିବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଜିଲାରେ ଥିବା ଦୁର୍ବଳ ନଦୀବନ୍ଧ ଗୁଡିକ ଶୀଘ୍ର ଚିହ୍ନଟ କରି ତାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଜିଲାପାଳ ଡ଼ଃ ମିଶ୍ର ନିର୍ଦେଶ ଦେଇଛନ୍ତି।

ବିଶେଷ କରି ବନ୍ୟା ପ୍ରବଣ ଅଞ୍ଚଳ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନୀ, ଚୁଡା, ଗୁଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ୱାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥାସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ବନ୍ୟା ପ୍ରଭାବିତ ଅଞ୍ଚଳ ମାନଙ୍କରେ ସମ୍ଭାବ୍ୟ ମହାମାରୀ କୁ ପ୍ରତିହିତ କରିବା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସହିତ ଉପସ୍ଥିତ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

- Advertisement -

ସେହିପରି କୋଷାଗୁମୁଡ଼ା ବ୍ଲକର ଉକିଆପାଲି ପଞ୍ଚାୟତ ର ଘାଟବସୁଲି ଠାରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ସାଂସଦ ପ୍ରତିନିଧି, ବିଧାୟକ, କୋଷାଗୁମୁଡ଼ା ବ୍ଲକ ଅଧକ୍ଷା ଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ। ସମ୍ଭାବ୍ୟ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ବହୁମୂଖୀ ଆଶ୍ରୟସ୍ଥଳୀ ଏବଂ ପ୍ରମୁଖ ବିଦ୍ୟାଳୟ ଗୁଡିକୁ ପ୍ରସ୍ତୁତ ରଖିବା ପାଇଁ ଜିଲାପାଳ ଡଃ.ମିଶ୍ର ବିଭାଗୀୟ ଅଧିକାରୀ ଙ୍କୁ ଅବଗତ କରାଇଥିଲେ।
ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧ ବୃଦ୍ଧାଙ୍କୁ ପୂର୍ବରୁ ଚିହ୍ନଟ କରି ଆବଶ୍ୟକ ହେଲେ ସେମାନଙ୍କୁ ସ୍ଥାନାନ୍ତରିତ କରାଯିବ ବୋଲି ଜିଲାପାଳ ଅବଗତ କରାଇଥିଲେ। ବନ୍ୟା ବାତ୍ୟା ପରେ ପରେ ବିପର୍ଯ୍ୟୟ ପରବର୍ତ୍ତୀ ସମୟରେ ସଡକ ପରିଷ୍କାର ଅର୍ଦ୍ଧ ଭଗ୍ନ ବିଦ୍ୟୁତ ଖୁଣ୍ଟ ଗୁଡିକର ମରାମତି, ବିଦ୍ୟୁତ ସରବରାହ ବ୍ୟବସ୍ଥା ବିଛିନ୍ନ ହେଲେ କିପରି ତୁରନ୍ତ ମରାମତି କରି ବିଦ୍ୟୁତ ଯୋଗାଣକୁ ସ୍ବାଭାବିକ କରିବା ଓ ପୁନଃରୁଦ୍ଧାର ଆଦି ସମସ୍ତ ପ୍ରକାର କାର୍ଯ୍ୟ ଯୁଦ୍ଧକାଳିନ ଭିତ୍ତିରେ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ମୌସୁମୀ ବର୍ଷା ଆଗମନ ପୂର୍ବରୁ ଜିଲା ରେ ଥିବା ସମସ୍ତ ନାଳ ନର୍ଦମା ବିଶେଷ କରି ପୌରାଞ୍ଚଳ ମାନଙ୍କରେ ଥିବା ନାଳ ନର୍ଦ୍ଦମା ଗୁଡିକୁ ସଫା ରଖିବା ନିମନ୍ତେ ସମ୍ପୃକ୍ତ ଵିଭାଗୀୟ ଅଧିକାରୀ ମାନଙ୍କୁ ଜିଲାପାଳ ଡ.ମିଶ୍ର ପରାମର୍ଶ ଦେଇଥିଲେ।

ବର୍ଷା ଦିନ ପୂର୍ବରୁ ବ୍ଲକମାନଙ୍କରେ ଥିବା ବୃଷ୍ଟିମାପ ସ୍ଥାନ ଏବଂ ଉପକରଣ ଗୁଡ଼ିକର ସଠିକ ଅନୁଧ୍ୟାନ କରିବା ପାଇଁ ଉପଜିଲାପାଳ ଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ସଠିକ ବୃଷ୍ଟିର ପରିମାଣ ଜିଲା ଜରୁରୀକାଳୀନ ଉପବିଭାଗ କୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦେଇଥିଲେ। ଏହି ଅବସରରେ ଜିଲା ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା ସମ୍ବନ୍ଧୀୟ ଏକ ପୁସ୍ତକ ଉନ୍ମୋଚନ କରାଯାଇଥିଲା।

Hot this week

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

Related Articles

Popular Categories