www.samajalive.in
Friday, December 5, 2025
20.1 C
Bhubaneswar

ରଙ୍ଗେଇଲୁଣ୍ଡା ସମାବେଶରେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ : ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ୧୧୦୦ କୋଟି ଟଙ୍କା ପ୍ରକଳ୍ପର ଭେଟି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ୨୩୧ ଟି ପ୍ରକଳ୍ପର ଉଦଘାଟନ ଓ ୪୮ ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପୁରୀର ମାଳତୀପାଟପୁରଠାରେ ଚାଷୀ ସମାବେଶ ପରେ ଆଜି ଗଞ୍ଜାମରେ ଦ୍ୱିତୀୟ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗ ଦେବା ସହ ରଙ୍ଗେଇଲୁଣ୍ଡା ଠାରେ ଉପକରଣ ବଣ୍ଟନ କରିଛନ୍ତି। ‘କାଳିଆ’ ଯୋଜନାରେ ଚାଷୀଙ୍କୁ ସହାୟତା ପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ସଭିଁଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏହା ସହ ଚାଷୀମାନଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପଠାଇଛନ୍ତି। ‘କାଳିଆ’ ଯୋଜନାରେ ଚାଷୀମାନେ ସାମିଲ ହୋଇଥିବାରୁ ସେ ଖୁସି ବୋଲି କହିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ କୃଷକଙ୍କ ହିତ ପାଇଁ ଏପରି ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories