www.samajalive.in
Saturday, December 13, 2025
15.1 C
Bhubaneswar

ବିଜେପୁର ପାଇଁ ବିଜେଡିର ଚାରିଜଣିଆ ସମନ୍ବୟ କମିଟି

ଭୁବନେଶ୍ୱର: ବିଜେପୁର ବିଧାନସଭା ଆସନରେ ଉପ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ପ୍ରସ୍ତୁତି ଆରମ୍ଭ କଲେଣି। ବିଜେପୁର ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ଏକ ଚାରିଜଣିଆ ନିର୍ବାଚନ ସମନ୍ବୟ କମିଟି ଗଠନ କରିଛନ୍ତି। କମିଟିରେ ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହଦେଓ ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟକୁମାର ଦାସବର୍ମା ରହିଛନ୍ତି। ଗତ ସାଧାରଣ ନିର୍ବାଚନରେ ଦଳ ସଭାପତି ଶ୍ରୀ ପଟ୍ଟନାୟକ ବିଜେପୁର ଓ ହିଞ୍ଜିଳି ଦୁଇଟି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ଗତ ଜୁନ ମାସ ୨ ତାରିଖରେ ସେ ବିଜେପୁର ଆସନ ଛାଡ଼ିବା ଯୋଗୁଁ ଏହି ଆସନ ଖାଲି ରହିଛି। ସେଠାରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନ କମିଶନର ଏପର୍ଯ୍ୟନ୍ତ ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା କରିନାହାନ୍ତି। ଏହି ଆସନ ଖାଲି ହେବାର ୬ମାସ ମଧ୍ୟରେ ନିର୍ବାଚନ କରାଯିବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories