www.samajalive.in
Saturday, December 6, 2025
26.1 C
Bhubaneswar

ମୃତ ସହଦେବଙ୍କ ପରିବାରକୁ ନବୀନଙ୍କ ସହାୟତା

ଭୁବନେଶ୍ଵର : ଦାୟିତ୍ଵରେ ନାହାନ୍ତି ହେଲେ ଓଡିଆଙ୍କ ଦୁଃଖକୁ ବୁଝି ପାରୁଛନ୍ତି। ସେ ଆଉ କେହି ନୁହଁନ୍ତି ସେ ହେଉଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୃତ ସହଦେବ ନାୟକଙ୍କ ପତ୍ନୀ ଏବଂ ଦୁଇ ଝିଅ ଗତକାଲି ସନ୍ଧ୍ୟାରେ ନବୀନ ନିବାସ ଆସି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସହଦେବଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ସାହାଯ୍ୟର ପ୍ରତିଶ୍ରୁତି ଦେଇଛନ୍ତି ବିରୋଧୀ ଦଳ ନେତା ।  ଶୁଦ୍ଧି କର୍ମ ପାଇଁ ୫୦ ହଜାର ଟଙ୍କା ସହାୟତା ଦେବା ସହ ଦୁଇ ଝିଅଙ୍କ ପଢିବା ଦାୟିତ୍ଵ ନେଇଛନ୍ତି। ଜଘନ୍ୟ ହତ୍ୟା ଘଟଣାକୁ କଡା ନିନ୍ଦା କରିବା ସହ ତାଙ୍କ ପରିବାର ଙ୍କୁ ଯେପରି ନ୍ୟାୟ ମିଳିବ ସେଥିପାଇଁ ଲଢେଇ କରିବେ ବୋଲି ନବୀନ କହିଛନ୍ତି । ସହଦେବ ନାୟକଙ୍କ ଉତ୍ତରାଧିକାରୀଙ୍କୁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ସହ ଏଜେନ୍ସି ଜରିଆରେ ସୁପରଭାଇଜର ଚାକିରି ପ୍ରଦାନ କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories