www.samajalive.in
Friday, December 5, 2025
26.1 C
Bhubaneswar

ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତାଙ୍କୁ ହରାଇଲା ରାଜ୍ୟ : ନବୀନ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ। ସ୍ବର୍ଗତ ଅଟଳବିହାରୀ ବାଜପେୟୀ ଙ୍କ ମନ୍ତ୍ରୀମଣ୍ଡଳ ରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱ ରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତା ର ମଧ୍ୟ ପରିଚୟ ଦେଇ ଯାଇଛନ୍ତି। ଡ଼କ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତା ଙ୍କୁ ହରାଇଲା ବୋଲି ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।  ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories