www.samajalive.in
Friday, December 5, 2025
20.1 C
Bhubaneswar

ଆଜି ୪ ଜିଲ୍ଲା ଗସ୍ତ କରିବେ ନବୀନ: କ୍ଷୟକ୍ଷତି ଦେଖିବେ, ଚାଷୀଙ୍କ ସହ ଆଲୋଚନା କରିବେ

ଭୁବନେଶ୍ଵର: ଗଞ୍ଜାମ ପରେ ଆଜି ୪ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ପୁରୀ , କଟକ , କେନ୍ଦ୍ରାପଡା ଓ ଜଗସିଂହପୁର ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଅଞ୍ଚଳ ବୁଲି ଦେଖିବେ। ଏହାସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ ଏବଂ ସମ୍ପୃକ୍ତ  ଅଧିକାରୀ ମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବେ। ସୋମବାର ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଯାଇ ବିଭିନ୍ନ ବ୍ଲକର ଫସଲ କ୍ଷୟକ୍ଷତି ଅନୁଧ୍ୟାନ ଅବସରରେ ଚାଷୀଙ୍କ ସହିତ ଆଲୋଚନା କରିଥିଲେ । ନିର୍ବାଚନ ଶେଷ ହେବାର ପ୍ରାୟ ୭ ମାସ ପରେ ନିଜ ନିର୍ବାଚନମଣ୍ଡଳୀ ସମେତ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳକୁ ନବୀନଙ୍କର ଏହା ପ୍ରଥମ ଗସ୍ତ ଥିଲା। ନବୀନ ପ୍ରଥମେ ନିଜ ନିର୍ବାଚମଣ୍ଡଳୀ ଶେରଗଡ଼ର ତାକରଡ଼ା ଯାଇ ଫସଲ କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ପରେ ସେ ହିଞ୍ଜିଳିର ପୋଡିଙ୍ଗି ଛକଠାରେ ଚାଷୀଙ୍କ ଦୁଃଖ ଶୁଣିଥିଲେ। ପରେ ନବୀନ ଆସିକାର କଇଁଫୁଲିଆ ଛକ, କବିସୂର୍ଯ୍ୟନଗରର ଆମ୍ବିଶିଖରପୁର ଓ ଖଲ୍ଲିକୋଟର ଭରସାଗାଁରେ ପହଞ୍ଚି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିଥିଲେ। ଏହି ସମୟରେ ବହୁ ପୁରୁଷ ଓ ମହିଳା ଚାଷୀ ଶ୍ରୀ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ। ବିଭିନ୍ନ ସ୍ଥାନରେ ଚାଷୀ ଓଦା ଓ କ୍ଷତିଗ୍ରସ୍ତ ଧାନ ଧରି କାନ୍ଦିକାନ୍ଦି ନବୀନଙ୍କୁ ଗୁହାରୀ କରୁଥିବା ଦେଖାଯାଇଥିଲା। ସେହିପରି ଫସଲବୀମା ସମ୍ପର୍କରେ ମଧ୍ୟ ସରକାରଙ୍କ ତରଫରୁ ଠିକ୍‌ ଭାବରେ ଅବଗତ କରାଯାଇନାହିଁ ବୋଲି ଚାଷୀମାନେ ବିରୋଧୀ ଦଳ ନେତାଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ଶ୍ରୀ ପଟ୍ଟନାୟକ ଚାଷୀଙ୍କୁ ଆଶ୍ବାସନା ଦେଇ କହିଥିଲେ ଯେ, ସେ ସବୁବେଳେ ଚାଷୀ ଭାଇଭଉଣୀଙ୍କ ସହ ଅଛନ୍ତି ଓ ସେମାନଙ୍କ ହକ୍‌ ପାଇଁ ଲଢ଼େଇ କରିବେ।  ନବୀନଙ୍କ ଗସ୍ତ ସମୟରେ ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ ଅମାତ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ସାଂସଦ ଚନ୍ଦ୍ର ଶେଖର ସାହୁ, ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ଗଞ୍ଜାମ ଜିଲା ବିଜେଡି ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳାଇ, ଭୃଗୁ ବକ୍ସିପାତ୍ର, ପୂର୍ବତନ ସାଂସଦ ପ୍ରମିଳା ବିଷୋୟୀ, ପୂର୍ବତନ ବିଧାୟକ ମଞ୍ଜୁଳା ସ୍ୱାଇଁ, ସୂର୍ଯ୍ୟମଣି ବୈଦ୍ୟ, ବିକ୍ରମକେଶରୀ ଆରୁଖ, ଲତିକା ପ୍ରଧାନଙ୍କ ସମେତ ବହୁ ସ୍ଥାନୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories