www.samajalive.in
Sunday, December 7, 2025
14.1 C
Bhubaneswar

ଭସାଣି ବେଳେ ଅଘଟଣ: ଛୁରାମାଡରେ ନାବାଳକ ମୃତ, ୮ ଅଟକ

ନବରଙ୍ଗପୁର: ଛୁରାମାଡରେ ନାବାଳକର ମୃତ୍ୟୁ। ନବରଙ୍ଗପୁରରେ ଭାସାଣି ବେଳେ ଛୁରାମାଡ ହୋଇଛି। ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ନାବାଳକକୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନବରଙ୍ଗପୁର ଟାଉନ୍ ଥାନା ଅଞ୍ଚଳରେ ସୋମବାର ଦୁର୍ଗା ପୂଜା ଭସାଣି ଚାଲିଥିଲା। ଏହି ସମୟରେ କୌଣସି  କାରଣକୁ ନେଇ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏବଂ ଛୁରାମାଡ ହୋଇଥିଲା। ଏଥିରେ ଦୁଇ ଜଣ ନାବାଳକ ଗୁରୁତର ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳକର ମୃତ୍ୟୁ ଘଟିଥିଲା। ଟାଉନ୍ ଥାନା ପୁଲିସ୍ ଏହି ଘଟଣାରେ ୮ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଥିବା ଜଣାପଡିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories