www.samajalive.in
Tuesday, December 9, 2025
16.1 C
Bhubaneswar

ଦୁର୍ଘଟଣା ନେଲା ଦୁଇ ଜୀବନ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଅମିତ୍ ବାଗ୍ ଓ ତ୍ରିଲୋଚନ ଜାନୀ ବୋଲି ଜଣାପଡିଛି। ଉଭୟ ଆଉଁଳି ସ୍ଥିତ ଏକ ଢାବାରେ କାମ କରୁଥିଲେ। ହୋଟେଲରେ କାମ ସାରି ଉଭୟ  ନିଜ ନିଜ ଗାଡି ନେଇ ଘରକୁ ଫେରୁଥିଲେ। ହେଲେ ଗ୍ଲେଜ୍ ହୋଟେଲ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଥିଲା। କିଛି ସ୍ଥାନୀୟ ଲୋକ ଏହା ଦେଖି ପୁଲିସ କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories