www.samajalive.in
Monday, December 8, 2025
13.1 C
Bhubaneswar

ନଗସପୁର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ନେମାଳ : ନଗସପୁର ସାଧନକେନ୍ଦ୍ର ସ୍ତରୀୟ ସୁରଭି ମହୋତ୍ସବ-୨୦୧୮ ଶୁକ୍ରବାର ଝାଡେଶ୍ୱରପୁର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ସାଧନକେନ୍ଦ୍ର ସଂଯୋଜିକା ରବେୟା ସରୱାରଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମକୁ ନିଶ୍ଚିନ୍ତକୋଇଲି ସହ ଶିକ୍ଷାଧିକାରୀ ନିକୁଞ୍ଜ ବିହାରୀ ମହାନ୍ତି ଯୋଗଦେଇ ଉତ୍ସବକୁ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‍ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ଜୟନ୍ତୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସୁଧୀର ଚନ୍ଦ୍ର ଷଡଙ୍ଗି ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଧଳପଡା ସାଧନ କେନ୍ଦ୍ରର ସଂଯୋଜିକା ମିନତୀ ନାୟକ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷକ କେଶବ ଚନ୍ଦ୍ର ଦାସ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗଦେଇଥିଲେ। ଏହି ସୁରଭି କାର୍ଯ୍ୟକ୍ରମରେ ୧୩ଟି ସ୍କୁଲର ଶତାଧିକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରି ବକ୍ତୁତା, ସଂଗୀତ, ସାଧାରଣ ଜ୍ଞାନ, ସୁନ୍ଦର ହସ୍ତାକ୍ଷର, ନୃତ୍ୟ, ପ୍ରବନ୍ଧ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରମୋଦ ପୁଝାରୀ, ପ୍ରଦ୍ୟୁମ୍ନ ସ୍ୱାଇଁ, ସନ୍ତୋଷ ଦାସ, ଅବଦୁଲ ମୋହିତ ଖାଁ, ସରୋଜ କୁମାର ଦାସ ପ୍ରମୁଖ ପରିଚାଳନାରେ ଅଂଶଗ୍ରହଣ କରିଥିବା ବେଳେ ସର୍ବଶେଷରେ ଶିକ୍ଷକ ଚତ୍ରୁଭୁଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories