www.samajalive.in
Tuesday, December 9, 2025
16.1 C
Bhubaneswar

ଦୁଇଟି ପୃଥକ ପୃଥକ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ମୃତ

ଗଡଚିରୋଲି/ଦାନ୍ତେଓ୍ଵାଡ଼ା : ମହାରାଷ୍ଟ୍ର ଗଡଚିରୋଲିରେ ସୋମବାର ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି । ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି । ସୂଚନାଯୋଗ୍ୟ, ରବିବାର ରାତିରୁ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିଲା । ଏହି ସମୟରେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ସୁରକ୍ଷାକର୍ମୀଙ୍କ ପାଲଟା ଜବାବରେ ଦୁଇ ଜଣ ମହିଳା ନକ୍ସଲଙ୍କର ମୃତ୍ୟୁ ଘଟିଛି ।

ସେହିପରି ୨ୟ ପର୍ଯ୍ୟାୟ  ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଛତିଶଗଡ଼ର ଦାନ୍ତେଓ୍ଵାଡ଼ାରେ ପୁଣି ନକ୍ସଲମାନଙ୍କ ଲାଲ ତାଣ୍ଡବ ଦେଖିବାକୁ ମିଳିଛି । ନିର୍ବାଚନ କାର୍ଯ୍ୟରେ ନିୟୋଜିତ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଆକ୍ରମଣ କରିଥିଲେ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ପାଲଟା ଜବାବ ମଧ୍ୟ ଦିଆଯାଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ନକ୍ସଲ ପ୍ରାଣ ହରାଇଥିବା ଜଣାପଡିଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories