www.samajalive.in
Monday, December 15, 2025
14.1 C
Bhubaneswar

ନନ୍ଦନକାନନ ଆଜି ପାଳିବନି ପ୍ରତିଷ୍ଠା ଦିବସ

ନନ୍ଦନକାନନ: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ରବିବାର ୬୫ତମ ପ୍ରତିଷ୍ଠା ଦିବସ ପାଳନ ହୋଇଥାନ୍ତା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିଲା। କର୍ମଚାରୀ, ଅଧିକାରୀ ଓ ପର୍ଯ୍ୟଟକଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ ନିମନ୍ତେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ସଚେତନତା ସଭାର ଆୟୋଜନ ହେବାକୁ ଥିଲା। କିନ୍ତୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପରଲୋକ କାରଣରୁ ଏହି ସରକାରୀ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି ବୋଲି ଉପନିର୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରତିଷ୍ଠା ଦିବସ କେବେ ପାଳନ ହେବ, ସେନେଇ ଦିନଧାର୍ଯ୍ୟ କରାଯାଇନଥିବା ଜଣାପଡ଼ିଛି।

ଶନିବାର ୩୩ ହଜାର ୨୪୪ ପର୍ଯ୍ୟଟକ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି। ସେମାନଙ୍କ ମଧ୍ୟରେ ଅଫଲାଇନରେ ୨୭,୧୪୫ଜଣ ଟିକଟ କରିଥିବାବେଳେ ସଞ୍ଚାରରେ ୨୨୭୪, ରୋପ୍‌ୱେରେ ୨୦ ଓ ହ୍ବାଟ୍ସଆପ୍‌ରେ ୩୭୫୪ ପର୍ଯ୍ୟଟକ ଟିକଟ ସଂଗ୍ରହ କରିଥିଲେ। ୫୧ ଭିନ୍ନକ୍ଷମ ମାଗଣାରେ ପ୍ରବେଶ କରିଥିଲେ। ସେହିପରି ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ୧୩୯୭ ପର୍ଯ୍ୟଟକ ବୁଲିବାକୁ ଆସିଥିଲେ। ଭିଡ଼ରେ ଲୁଟିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଥିଲା। ୪ଟି ମୋବାଇଲ ଫୋନ୍‌, ୨ଟି ଚେନ୍‌ ଚୋରି ହୋଇଥିବା ଜଣାପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories