www.samajalive.in
Sunday, December 7, 2025
16.1 C
Bhubaneswar

ନନ୍ଦିନୀ ଶତପଥୀ

ଲୌହମାନବୀ ଭାବେ ପରିଚିତ ନନ୍ଦିନୀ ଶତପଥୀ ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ଥିଲେ। ପଦ୍ମଭୂଷଣ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀ ଓ ରତ୍ନମଣି ଦେବୀଙ୍କର କନ୍ୟା ନନ୍ଦିନୀ ୧୯୩୧ ଜୁନ୍ ୯ରେ ଜନ୍ମଗ୍ରହଣ କରିଥିଲେ। ଓଡ଼ିଶାରେ ସାମ୍ୟବାଦୀ ଆନ୍ଦୋଳନର ପ୍ରବର୍ତ୍ତକ ଭଗବତୀ ପାଣିଗ୍ରାହୀଙ୍କର ସେ ଝିଆରୀ, ତାଙ୍କ ସାମ୍ୟବାଦୀ ଚିନ୍ତାଧାରା ଦ୍ବାରା ନନ୍ଦିନୀ ପ୍ରଭାବିତ ହୋଇଥିଲେ। ଛାତ୍ରୀ ଜୀବନରୁ ସେ ବେଶ୍ ସ୍ବାଭିମାନୀ ଥିବାବେଳେ, ପରବର୍ତ୍ତୀ ସମୟରେ ଜଣେ ସ୍ବନାମଧନ୍ୟ ଲେଖିକା ଭାବେ ପରିଚିତ ହୋଇଥିଲେ। ରାଜନୀତି ଓ ସାହିତ୍ୟ ପ୍ରତି ନିଜକୁ ଉତ୍ସର୍ଗୀକୃତ କରିଥିବା ନନ୍ଦିନୀ ୧୯୭୨ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ବନ୍ଦ୍ବୀ ଜନନାୟିକା ନନ୍ଦିନୀ ରାଜ୍ୟର ସାମଗ୍ରିକ ବିକାଶ କରିବାରେ ବିଭିନ୍ନ ପଦକ୍ଷେପମାନ ନେଇଥିଲେ। ଅମୃତା ପ୍ରୀତମଙ୍କ ଆତ୍ମଜୀବନୀ ‘ରେଭିନ୍ୟୁ ଟିକଟ୍’ର ଓଡ଼ିଆ ଅନୁବାଦ ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା। ୨୦୦୬ ଅଗଷ୍ଟ ୪ରେ ଭୁବନେଶ୍ବରରେ ନନ୍ଦିନୀ ଶତପଥୀ ଇହଲୀଳା ସମ୍ବରଣ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories