www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିରରେ ଆଜି ନନ୍ଦୋତ୍ସବ ନୀତି

ପୁରୀ: କୃଷ୍ଣମୟ ହେଲା ସାରା ଦେଶ। ଜନ୍ମାଷ୍ଟମୀରେ ଭକ୍ତିଭାବରେ ବୁଡିଲା ସାରା ବିଶ୍ଵ। ସୋମବାର ରାତିରେ ବିଭିନ୍ନ କୃଷ୍ଣ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଛି। ଏଥିପାଇଁ ମନ୍ଦିର ଗୁଡିକରେ ସ୍ଵତନ୍ତ୍ର ନୀତିକାନ୍ତି କରାଯାଇଥିଲା। ଦେଶର ସବୁ ମନ୍ଦିରରେ ରାତି ସାରା ଲାଗିଥିଲା ଭକ୍ତଙ୍କ ଭିଡ। ଭଜନ କୀର୍ତ୍ତନ ସାଙ୍ଗକୁ ମନ୍ଦିର ଗୁଡିକରେ ସୃଷ୍ଟି ହୋଇଥିଲା ଆଧ୍ୟାତ୍ମିକ ପରିବେଶ। ମଥୁରା ଏବଂ ବୃନ୍ଦାବନରେ ହୋଇଥିଲା ସ୍ଵତନ୍ତ୍ର ଆୟୋଜନ। ସେପଟେ ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଏବଂ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଏବଂ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଏବଂ ମାର୍କଣ୍ଡି ପୂଜା ହେବ। ମଙ୍ଗାଳାର୍ପଣ ଏବଂ ବନ୍ଦାପନା ସରିବା ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବାର ପରମ୍ପରା ରହିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories