www.samajalive.in
Sunday, December 7, 2025
14.1 C
Bhubaneswar

ନରସିଂହ ମିଶ୍ର ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଲେ ଡାକ୍ତର, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ

ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ନରସିଂହ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ସେ କଥାବାର୍ତ୍ତା କରୁଛନ୍ତି ବୋଲି ଡାକ୍ତର କହିଛନ୍ତି। ଶରୀରରେ ବ୍ଲଡସୁଗାର ସାଧାରଣ ଅବସ୍ଥାରେ ରହିଛି। କିଛି ବିପଦ ନାହିଁ। କ’ଣ ପାଇଁ ସେ ଅଚେତ ହୋଇପଡ଼ିଲେ ତାହା ଜାଣିବା ଲାଗି ଅବଜରଭେଶନରେ ରଖାଯାଇଛି। ସମସ୍ତ ବିଷୟରେ ଅନୁଧ୍ୟାନ କରାଯିବା ପରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଡାକ୍ତର କହିଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣା ସମ୍ପର୍କରେ ଅବଗତ ହେବା ପରେ ନରସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାର ଲୋକଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରିବା ସହିତ ନରସିଂହଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତର ସ୍ବାସ୍ଥ୍ୟ କାମନା କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ସୋମବାର ପୂର୍ବାହ୍ନରେ କଂଗ୍ରେସ ପକ୍ଷରୁ ସିବିଆଇ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କାର୍ଯ୍ୟକ୍ରମ ଚାଲିଥିଲା। ଏଥିରେ ନରସିଂହ ମିଶ୍ର ଯୋଗଦେଇ ଭାଷଣ ଦେଇଥିଲେ। ଭାଷଣ ଦେଇ ସାରିବା ପରେ ସେ ହଠାତ୍‌ ଅଚେତ ହୋଇପଡ଼ିଥିଲେ। ଛାତିରେ ଯନ୍ତ୍ରଣା ଅନୁଭବ କରି ଅଚେତ ହୋଇଯାଇଥିଲେ। ପରେ ତୁରନ୍ତ ତାଙ୍କୁ ସେଠାରୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories