www.samajalive.in
Monday, December 15, 2025
26.1 C
Bhubaneswar

ଜୁନ-୪ ବିଜେଡିର ଏକ୍ସପାରୀ ଡେଟ୍‌‌- ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର: ଓଡ଼ିଶାରେ ପ୍ରଥମ ନିର୍ବାଚନ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କନିଷିଠାରେ ଆୟୋଜିତ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧନ କରୁଛନ୍ତି ମୋଦୀ। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଅଭିଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ। ଆରମ୍ଭରୁ ବିଜେଡିକୁ ଟାର୍ଗେଟ କରିଛନ୍ତି ମୋଦୀ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ। ଓଡ଼ିଶାର ସର୍ବାଙ୍ଗିନ ଉନ୍ନତି ପାଇଁ ସଂକଳ୍ପ ପତ୍ର ଘୋଷଣା ହୋଇଛି। ବିଜେପି ଯାହା କହେ ତାହା କରି ଦେଖାଏ। ଜୁନ ୪ ବିଜେଡିର ଏକ୍ସପାରୀ ଡେଟ୍‌‌ ଲେଖାଯାଇଛି। ଜୁନ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ। ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲ୍ଲାରୁ ଏତେ ଦାଦନ ଶ୍ରମିକ କାହିଁକି ବାହାରକୁ ଯାଉଛନ୍ତି ବୋଲି ମୋଦୀ ପ୍ରଶ୍ନ କରିଛନ୍ତି। ହିଞ୍ଜିଳିରେ ଶୀତଳଭଣ୍ଡାର ନାହିଁ, ପିଇବା ପାଣି ନାହିଁ। ୧୦ ବର୍ଷରେ ଉପା ସରକାର ୧ଲକ୍ଷ କୋଟି ଟଙ୍କା ଦେଇଥିଲେ। ମୋଦୀ ସରକାର ୧୦ବର୍ଷରେ ସାଢେ ୩ଲକ୍ଷ କୋଟିରୁ ଅଧିକ ଟଙ୍କା ଦେଇଛନ୍ତି। ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ଦିଆଯାଉନାହିଁ। ସମସ୍ତ ଘୋଷଣା ପତ୍ର କାର୍ଯ୍ୟକାରୀ କରିବା ମୋଦୀଙ୍କ ଗ୍ୟାରେଣ୍ଟି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବା ସହ ବ୍ରହ୍ମପୁର ଓ ଆସିକା ଲୋକସଭା ଆସନର ପ୍ରାର୍ଥୀଙ୍କୁ ବିପୁଳ ଭୋଟ ଦେଇ ବିଜୟୀ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୋଦୀ।

 

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories