www.samajalive.in
Friday, December 5, 2025
27.1 C
Bhubaneswar

୮ରେ ଶପଥ ନେଇପାରନ୍ତି ମୋଦୀ

ସମାଜ ଡିଜିଟାଲ ଡେସ୍କ: ଅଷ୍ଟାଦଶ ଲୋକସଭା ନିର୍ବାଚନରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)କୁ ବହୁମତ ମିଳିବା ପରେ ଏହା ଦେଶରେ ସରକାର ଗଠନ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୮ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି ନରେନ୍ଦ୍ର ମୋଦୀ। ରାତି ୮ଟାରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ। ଏଥିରେ ନରେନ୍ଦ୍ର ମୋଦୀ ୩ୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ପଦ ଅଳଙ୍କୃତ କରିବେ ବୋଲି ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି।

ଲୋକସଭା ନିର୍ବାଚନର ଫଳାଫଳ ବାହାରିବା ପରେ ବୁଧବାର ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦୀ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ରାଷ୍ଟ୍ରପତି ଭବନରେ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହା ପରେ ବୁଧବାର ଅପରାହ୍ନରେ ଏନଡିଏର ବୈଠକ ଅନୁଷ୍ଠିତ ହେବାର ରହିଛି। ବୈଠକରେ ସରକାର ଗଠନ ନେଇ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହେବ। ତେବେ ୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ ହୋଇପାରେ ବୋଲି ଜାତୀୟ ଗଣମାଧ୍ୟମଗୁଡ଼ିକରୁ ସୂଚନା ମିଳିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories