www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ମୋଦୀ ସରକାର। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଦେଶ-ବିଦେଶର ନିମନ୍ତ୍ରିତ ୧୦ହଜାରରୁ ଅଧିକ  ଅତିଥିଙ୍କ ଉପସ୍ଥିତିରେ ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରନିଲ ବିକ୍ରମାସିଂଘେ, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନାଥ, ଭୁଟାନ ପ୍ରଧାନମନ୍ତ୍ରୀ  ସେରିଂ ତୋବ୍‌ଗେ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ, ଶିଳ୍ପପତି ମୁକେଶ ଆମ୍ବାନୀ, ଗୌତମ ଆଦାନୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ,  ସିନେ ଷ୍ଟାର ରଜନୀକାନ୍ତ, ଶାହରୁଖ ଖାନ ଓ ଅକ୍ଷୟ କୁମାର ଉପସ୍ଥିତ ଅଛନ୍ତି ।

- Advertisement -

ତୃତୀୟ ଥର ଲାଗି ଦେଶର ଶାସନ ଡ଼ୋରି ସମ୍ଭାଳିଛନ୍ତି ନରେନ୍ଦ୍ର ମୋଦୀ। ଭାରତୀୟ ଜନତା ପାର୍ଟି(ବିଜେପି)ର ଜଣେ ସଫଳ ନେତା ଭାବେ ମୋଦୀ ଗୁଜରାଟର ମୁଖ୍ୟମନ୍ତ୍ରୀ ହେବା ପରେ ସାରା ଦେଶର ଦୃଷ୍ଟି ଆକର୍ଷଣ କରିଥିଲେ। ୨୦୦୧ ମସିହାରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବା ପରେ କ୍ରମାଗତ ୩ ପାଳି ଶାସନ କରିଥିଲେ। ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ  ମୋଦୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି)ନିଜର ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଥିଲେ। ୨୦୦୪ ମସିହାରୁ କ୍ଷମତାରୁ ଦୂରେଇ ରହିଥିବା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ନିଜ ନେତୃତ୍ୱ ବଳରେ କ୍ଷମତାସୀନ କରାଇବାରେ ସଫଳ ହୋଇଥିଲେ ନରେନ୍ଦ୍ର ମୋଦୀ। ୨୦୧୪  ଏବଂ ୨୦୧୯ରେ ସେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

୨୦୨୪ ଲୋକସଭା ନିର୍ବାଚନରେ ବିଜେପି ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ନପାଇବାରୁ ନୀତୀଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡ଼ୁ ଏବେ କିଙ୍ଗମେକର ହୋଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ୫୪୩ ‌ଲୋକସଭା ଆସନରୁ ଏନ୍‌ଡିଏ ମେଣ୍ଟ ୨୯୩ ଆସନରେ ଜିତିଥିବା ବେଳେ ବିଜେପି ମାତ୍ର ୨୪୦ ଆସନରେ ବିଜୟ ହାସଲ କରିଛି, ଯାହାକି ଆବଶ୍ୟକ ସଂଖ୍ୟା ଠାରୁ ୩୨ ଆସନ କମ୍।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories