www.samajalive.in
Monday, December 15, 2025
14.1 C
Bhubaneswar

ପୋଖରୀରେ ବୁଡି ମଉସା ଓ ପୁତୁରା ମୃତ

ନର୍ଲା: ଶନିବାର ଅପରାହ୍ନ ସମୟରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅଧିନସ୍ଥ ରୁପ୍ରାରୋଡ ପଂଚାୟତ ଅଧିନସ୍ଥ ବରଗାଣ ଗ୍ରାମର ପୋଖରୀରେ ବୁଡି ୫୦ ବର୍ଷିୟ ମଉସା ଡୁଡା ମାଝୀ ଓ ତାର ୫ ବର୍ଷିୟ ପୁତୁରା (ଶଢୁର ପୁଅ)ର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣା ଜଣାପଡ଼ିବା ପରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି। ଶଢୁ ବଲାଙ୍ଗିର ଜିଲ୍ଲାର ହୋଇଥିବା ବେଳେ ଦେଢ ଶାଶୁ ଓ ୫ ବର୍ଷିୟ ପୁତୁରା ବରଗାଁସ୍ଥିତ ଚୁଡା ମାଝୀ ଘରକୁ କୁଣିଆଁ ଆସିଥିଲେ। ତେବେ ଗାଧେଇବା ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ତେବେ ପୋଖରୀରେ ପଶିବା ପରେ ଦୁହେଁ ବୁଡି ଯାଇଥିବା ଶୁଣିବାକୁ ମିଳୁଛି। ପୁଲିସ ପହଂଚି ଘଟଣାର ତଦନ୍ତ କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories