www.samajalive.in
Friday, December 12, 2025
15.1 C
Bhubaneswar

ନୂଆ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ନର୍ଲା: କଳାହାଣ୍ଡି ଜିଲା ନର୍ଲା ଥାନାରେ ନୂଆ ଅପରାଧିକ ଆଇନ ନେଇ ଥାନାଧିକାରୀ ମମିତା ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ଏହି ୩ଟି ନୂଆ ଅପରାଧିକ ଆଇନ ସୋମବାରଠାରୁ ସମଗ୍ର ଦେଶରେ ଲାଗୁ ହୋଇଥିବା ଆଲୋଚନା କରାଯାଇଥିଲା। ଏହି ଆଇନଗୁଡ଼ିକ ଯଥାକ୍ରମେ ଭାରତୀୟ ପିଙ୍ଗଳ କୋଡ଼(ଆଇପିସି), କୋଡ଼ ଅଫ କ୍ରିମିନାଲ ପ୍ରୋସିଜର(ସିସିପି) ଏବଂ ଭାରତୀୟ ପ୍ରମାଣ ଆଇନର ସ୍ଥାନ ନେବ । ନୂଆ ଆଇନରେ ଏକ ଆଧୁନିକ ନ୍ୟାୟ ବ୍ୟବସ୍ଥା ଅଣାଯିବ, ଯେଉଁଥିରେ ଜିରୋ ଏଫଆଇଆର, ପୁଲିସ ଅଭିଯୋଗର ଅନଲାଇନ ପଞ୍ଜିକରଣ, ସମସ୍ତ ଜଘନ୍ୟ ଅପରାଧ ପାଇଁ ଅପରାଧିକ ଦୃଶ୍ୟର ବାଧ୍ୟତାମୂଳକ ଭିଡିଓଗ୍ରାଫି ଭଳି ବ୍ୟବସ୍ଥା ଅନ୍ତର୍ଭୁକ୍ତ ହେବ ବୋଲି ନର୍ଲା ଥାନାଧିକାରୀ ମମତା ପାଣିଗ୍ରାହୀ ଉପସ୍ଥିତ ସରପଞ୍ଚ ,ସମିତିସଭ୍ୟ, ସଚେତନ ନାଗରିକ, ବରିଷ୍ଠ ନାଗରିକ, ଜନସାଧାରଣ ଓ ସାମ୍ବାଦିକମାନଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories