www.samajalive.in
Saturday, December 6, 2025
14.1 C
Bhubaneswar

ଜାତୀୟ ଶିକ୍ଷକ ପୁରସ୍କାର ୨୦୨୨: ସମ୍ମାନିତ ହେଲେ ଓଡ଼ିଶାର ଈଶ୍ବର ନାୟକ

ଡେସ୍କ: ଗୁରୁଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦେଶର ୪୫ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ପୁରସ୍କାର ପ୍ରଦାନ ସମାରୋହରେ ସେମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୨ରେ ସମ୍ମାନିତ କରାଯାଇଛି। ୪୫ଜଣଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ପୁରୀ ଜିଲାର ଶିକ୍ଷକ ଈଶ୍ବର ଚନ୍ଦ୍ର ନାୟକ। ନିମାପଡ଼ା କନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଈଶ୍ୱର ଚନ୍ଦ୍ର ନାୟକଙ୍କ ନିଆରା ଶିକ୍ଷା ପଦ୍ଧତି ଆଜି ତାଙ୍କୁ ଜାତୀୟ ସ୍ତରରେ ଚମକାଇଛି।

ଶ୍ରୀ ନାୟକ ପୂର୍ବରୁ ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି। ନିକଟରେ ତାଙ୍କ ଲିଖିତ ପୁସ୍ତକକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବହୁ ପ୍ରଶଂସା ମିଳିଛି। ନିଜ ଗ୍ରାମ ବାଙ୍ଗୁରୁଷପାଟଣାରେ ସେ ଷ୍ଟୁଣ୍ଡେଣ୍ଟ ନଲେଜ ସେଣ୍ଟର ଓ ଲାଇବ୍ରେରୀ ପ୍ରତିଷ୍ଠା କରିଛନ୍ତି। ଏହି ନଲେଜ ସେଣ୍ଟରରେ ପ୍ରାଥମିକ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମାଗଣାରେ କମ୍ପ୍ୟୁଟର ଶିକ୍ଷା ପ୍ରଦାନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories