www.samajalive.in
Friday, December 5, 2025
20.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୯୪.୯୮ ପ୍ରତିଶତ : ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୫୫

ନୂଆଦିଲ୍ଲୀ :  ଦେଶରେ କୋଭିଡ ଆରୋଗ୍ୟ ହାର  ୯୪.୯୮ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୬୦୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ଦେଶରେ କୋଭିଡ୍‍ରୁ ଆରୋଗ୍ୟ ହୋଇଥିବା ଲୋକଙ୍କ ସଂଖ୍ୟା ୯୩ ଲକ୍ଷ ୮୮ ହଜାର ୧୫୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୭ ହଜାର ୭୧ ଜଣ ନୂଆ ଲୋକ ସଂକ୍ରମିତ ହୋଇଥିବା ରିପୋର୍ଟ ମିଳିଛି। ଏଥିସହିତ ଦେଶରେ ମୋଟ୍‍ ସଂକ୍ରମଣ ୯୮ ଲକ୍ଷ ୮୪ ହଜାର ୧୦୦ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ୩୩୬ ଜଣ ଲୋକଙ୍କର କୋଭିଡରେ ମୃତ୍ୟୁ ଘଟିଥିବା ଜଣାପଡିଛି କରିଛନ୍ତି। ଫଳରେ ଦେଶରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୫୫ରେ ପହଞ୍ଚିଛି। ଦେଶରେ ୩ ଲକ୍ଷ ୫୨ ହଜାର ୫୮୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।  ଅନ୍ୟପକ୍ଷରେ ଆଇସିଏମ୍‍ଆର୍‍ କହିଛି, ଗତକାଲି ସୁଦ୍ଧା ୧୫ କୋଟି ୪୫ ଲକ୍ଷ ୬୬ ହଜାର ୯୯୦ଟି ନମୁନା ପରୀକ୍ଷା କରାଯାଇଛି। ତାହା ମଧ୍ୟରୁ କେବଳ ଗତକାଲି ୮ ଲକ୍ଷ ୫୫ ହଜାର ୧୫୭ଟି ନମୁନା ପରୀକ୍ଷା କରାଯାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories