www.samajalive.in
Wednesday, December 10, 2025
26.1 C
Bhubaneswar

କୋଭିଡ୍‍-୧୯ : ହ୍ରାସ ପାଉଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା, ଆରୋଗ୍ୟ ହାର ୯୨.୦୯ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ୯୨.୦୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ସହ ବୋଟ ୭୬ ଲକ୍ଷରୁ ଅଧିକ ଲୋକ କୋଭିଡ୍‍ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଏହି ସମୟ ମଧ୍ୟରେ ନୂତନ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୪୬ ହଜାର ରହିଛି। ଦେଶରେ ବର୍ତ୍ତମାନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬.୫ ପ୍ରତିଶତରୁ କମ୍‍ ରହିଛି। ଦେଶରେ ଆଜି ସୁଦ୍ଧା ୫ ଲକ୍ଷ ୩୩ ହଜାର ୫୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଯାହା ହେଉଛି ସମୁଦାୟ ଆକ୍ରାନ୍ତ  ସଂଖ୍ୟାର ୬.୪୨ ପ୍ରତିଶତ। କୋଭିଡ୍‍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ୨୪ ଘଣ୍ଟାରେ ୪୬,୨୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହେବା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ଲକ୍ଷ ୧୩ହଜାର ୮୭୭କୁ ବୃଦ୍ଧି ପାଇଛି।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦେଶରେ ମୃତ୍ୟୁ ହାର ୧.୪୯ ପ୍ରତିଶତ ରହିଛି। ଯାହା ବିଶ୍ବରେ ସବୁଠାରୁ କମ୍। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧ରେ ପହଞ୍ଚିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories