www.samajalive.in
Monday, December 15, 2025
14.1 C
Bhubaneswar

‘ନେଭା’ କାର୍ଯ୍ୟକାରୀ କରିବାରେ ଓଡ଼ିଶା ବିଧାନସଭା ଦେଶରେ ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ନ୍ୟାସନାଲ୍‌ ଇ-ବିଧାନ(ନେଭା) ଜରିଆରେ ପେପରଲେସ୍‌ ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରି ଆଗାମୀ ଦିନରେ ଓଡ଼ିଶା ବିଧାନସଭାର ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ ଏବଂ ଡିଜିଟାଲ ମାଧ୍ୟମରେ କରାଯିବ। ଏଥି ପାଇଁ ପର୍ଯ୍ୟାୟ କ୍ରମେ ଓଡ଼ିଶା ବିଧାନସଭାର ସମସ୍ତ ପଦାଧିକାରୀ ଏବଂ ସଦସ୍ୟମାନଙ୍କୁ ଏନ୍‌ଆଇସି ଏବଂ ଓକାକ୍‌ କର୍ତ୍ତୃପକ୍ଷଙ୍କ ଦ୍ୱାରା ତାଲିମ ପ୍ରଦାନ କରାଯିବ ।

ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ୱାରା ଓଡ଼ିଶା ବିଧାନସଭା ପରିସରରେ ‘ନେଭା ସେବା କେନ୍ଦ୍ର’ ଉଦ୍‌ଘାଟିତ ହୋଇଯାଇଛି। ଏହାସହିତ ଓଡ଼ିଶା ବିଧାନସଭାରେ ପଦାଧିକାରୀ ଓ ସଦସ୍ୟମାନଙ୍କ ପାଇଁ ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଆଜି ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାରେ କାର୍ଯ୍ୟରତ ସମସ୍ତ ସହକାରୀ ଉପବିଭାଗ ଅଧିକାରୀ ଏ ସମ୍ବନ୍ଧରେ ତାଲିମ ଗ୍ରହଣ କରିଛନ୍ତି।

- Advertisement -

ଏହି ଅବସରରେ କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂହ କହିଥିଲେ ଯେ ନେଭାକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ବିଧାନସଭା ଦେଶରେ ଅଗ୍ରଣୀ ରାଜ୍ୟ। ଓଡ଼ିଶା ବିଧାନସଭାର ସମସ୍ତ କର୍ମଚାରୀ ଓସ୍ୱାସ୍‌ରେ କାର୍ଯ୍ୟ କରିବାରେ ଅଭ୍ୟସ୍ତ ଥିବାରୁ ଧାର୍ଯ୍ୟ ଜୁଲାଇ ମାସ ମଧ୍ୟରେ ତାଲିମ ସମାପ୍ତ କରି ନେଭା ଆପ୍ଲିକେସନ୍‌ ପ୍ରୟୋଗରେ ସଫଳ ହେବେ ବୋଲି ଶ୍ରୀ ସିଂହ ଆଶାପ୍ରକାଶ କରିଥିଲେ ।
ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଧାନସଭା ସଚିବ ଦାଶରଥୀ ଶତପଥୀ ବିଧାନସଭା ପ୍ରଶ୍ନଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ଇ-ବିଧାନ ମାଧ୍ୟମରେ ସଂପନ୍ନ କରିବା ପାଇଁ ବିଧାନସଭାର କର୍ମଚାରୀ ଓ ଅଧିକାରୀମାନଙ୍କୁ ଏହି ତାଲିମ କାର୍ଯ୍ୟକ୍ରମ ବିଶେଷ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ ।
ପ୍ରକାଶଯୋଗ୍ୟ ଯେ ୨୦୧୮ ମସିହାରେ ଦେଶରେ ‘ୱାନ୍‌ ନେସନ୍‌, ୱାନ୍‌ ଆପ୍ଲିକେସନ୍‌’ ପଦ୍ଧତି ଆରମ୍ଭ କରିବା ପାଇଁ ନ୍ୟାସନାଲ୍‌ ଇ-ବିଧାନ (ନେଭା) କାର୍ଯ୍ୟକ୍ରମ ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିଲା। ସମଗ୍ର ଦେଶରେ ବିଧାନସଭାର କାର୍ଯ୍ୟାବଳୀକୁ ଡିଜିଟାଲ୍‌ ପ୍ରଣାଳୀରେ ସଂପନ୍ନ କରିବା ଇ-ବିଧାନର ଉଦେଶ୍ୟ। ଏହି ଆପ୍ଲିକେସନ୍‌ ଦ୍ୱାରା ବିଧାନସଭା କାର୍ଯ୍ୟକ୍ରମ ସଂପର୍କିତ ସମସ୍ତ ତଥ୍ୟ ଗୋଟିଏ ମଞ୍ଚରେ ଉପଲବ୍ଧ ହୋଇପାରିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories