www.samajalive.in
Sunday, December 7, 2025
14.1 C
Bhubaneswar

ଜାତୀୟ ଶିକ୍ଷା ଦିବସ ପାଳିତ 

ନବରଙ୍ଗପୁର : ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଶାଖା ତରଫରୁ ସ୍ଵାଧୀନ ଭାରତର  ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମ ତିଥିକୁ  ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଇଛି । ଏହି ଅବସରରେ ସଙ୍ଗୀତ ଓ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଛାତ୍ରୀ ଲିପ୍ସା ଖଣ୍ଡପାନ, ପ୍ରମିଳା ହରିଜନ, କରିସ୍ମା ସାହୁ ବକ୍ତବ୍ୟ ପ୍ରଦାନ କରିଥିଲେ, ଜୁଲି ଉପାଧ୍ୟାୟ, ଜୀମିମା ନାଗ ସଙ୍ଗୀତ ପରିବେଷଣ କରିଥିଲେ । ମୁଖ୍ୟ ଅତିଥି ରୂପେ ବିଶିଷ୍ଟ ଶିକ୍ଷାବିତ୍  ଜଗଦୀଶ ତ୍ରିପାଠୀ ଛାତ୍ରୀ ମାନଙ୍କୁ ଆଜି ଦିବସରେ ଶିକ୍ଷାର ମହତ୍ତ୍ଵ ସମ୍ପର୍କରେ ଅବଗତ କରାଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷା  ମାଲେଶ୍ୱରୀ ସାହୁ ନାରୀ ମାନଙ୍କ ପାଇଁ ଶିକ୍ଷାର ଗୁରୁତ୍ଵ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ମହାବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ତଥା ଯୁବ ରେଡକ୍ରସ୍ ଶାଖାର  ସଂଯୋଜିକା ଡ଼. ସଂଯୁକ୍ତା ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଶେଷରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା  ଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ  ମହାବିଦ୍ୟାଳୟ ର ଅଧ୍ୟାପକ ଏନ୍ ଏନ୍ ଖୋସଲା, ବିନୋଦ ପ୍ରଧାନ, ରଂଜୁସା ପ୍ରହରାଜ,, ତରଣୁମ୍ ଆରା,ସୁନୀତା ପାତ୍ର,  ତ୍ରିପତି ମାଳି, ଏମ୍ ରୋହିଣୀ ରାଣୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories