www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତାକାଲି ଦଶମ ଜାତୀୟ ହସ୍ତତନ୍ତ ଦିବସ, ସନ୍ଥ କବୀର ଓ ଜାତୀୟ ହସ୍ତତନ୍ତ ପୁରସ୍କାର ପ୍ରଦାନ କରିବେ ଉପରାଷ୍ଟ୍ରପତି

ଡେସ୍କ: ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆସନ୍ତାକାଲି (ବୁଧବାର) ଦଶମ ଜାତୀୟ ହସ୍ତତନ୍ତ ଦିବସ ଅନୁଷ୍ଠିତ ହେବ। ଏହି ଅବସରରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ, ବୈଦେଶିକ ବ୍ୟାପାର ଏବଂ ବୟନ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଉପସ୍ଥିତ ରହିବେ। ଏହି ଅବସରରେ ସାଂସଦ, ବିଶିଷ୍ଟ ବ୍ୟକ୍ତିବିଶେଷ, ଡିଜାଇନର, ରପ୍ତାନିକାରୀ ଓ ବରିଷ୍ଠ ସରକାରୀ ଅଧିକାରୀମାନେ ଯୋଗଦେବେ। ଏହି ମହୋତ୍ସବରେ ଦେଶର ପ୍ରାୟ ୧୦ ବୁଣାକାର ମଧ୍ୟ ଅଂଶଗ୍ରହଣ କରିବେ।

ଏହି ଅବସରରେ ହସ୍ତତନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ଟି ସନ୍ଥ କବୀର ପୁରସ୍କାର ଓ ଜାତୀୟ ହସ୍ତତନ୍ତ ପୁରସ୍କାର ପ୍ରଦାନ କରାଯିବ। ଉପରାଷ୍ଟ୍ରପତି ଜଗଦୀପ ଧନଖଡ କଫି ଟେବୁଲ ପୁସ୍ତକ “ପରମ୍ପରା – ଭାରତର ସ୍ଥାୟୀ ହସ୍ତତନ୍ତ ପରମ୍ପରା” ଏବଂ ପୁରସ୍କାର ତାଲିକା ଉନ୍ମୋଚନ କରିବେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories