www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଜାତୀୟ ହସ୍ତତନ୍ତ ଦିବସ

ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖ ଅର୍ଥାତ୍ ଆଜିର ଦିନକୁ ଜାତୀୟ ହସ୍ତତନ୍ତ ଦିବସ ଭାବେ ପାଳିତ ହୋଇଆସୁଛି। ଭାରତର ଗ୍ରାମାଞ୍ଚଳ ଓ ଛୋଟ ସହରମାନଙ୍କରେ ବହୁ ବୁଣାକାର ରହିଛନ୍ତି। ସେମାନେ କିସମ କିସମ ଶାଢ଼ି ସହ ଅନ୍ୟାନ୍ୟ ଲୁଗାପଟା ପ୍ରସ୍ତୁତ କରି ଅନ୍ତର୍ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଅର୍ଜନ କରିଛନ୍ତି। ୨୦୧୫ ଅଗଷ୍ଟ ୭ରେ ପ୍ରଥମଥର ପାଇଁ ହସ୍ତତନ୍ତ ଦିବସ ପାଳନ କରାଯାଇଥିଲା। ସୂଚନାଥାଉ କି ୧୯୦୫ ମସିହା ଅଗଷ୍ଟ ୭ରେ ସ୍ବଦେଶୀ ଆନ୍ଦୋଳନ ହୋଇଥିଲା। ଏହାକୁ ସମ୍ମାନ ଜଣାଇ ଅଗଷ୍ଟ ୭ରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ପାଇଁ ନିଷ୍ପତ୍ତି ହୋଇଥିଲା। ବୁଣାକାରଙ୍କ କାର୍ଯ୍ୟ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଦେଶର ଆର୍ଥିକ ଓ ସାମାଜିକ ବିକାଶରେ ସେମାନଙ୍କ ଅବଦାନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ଏହି ଦିବସ ପାଳିତ ହୋଇ ଆସୁଛି। ସେହିପରି ବୁଣାକାରଙ୍କ ସମସ୍ୟାକୁ ସମାଧାନ ଦିଗରେ କ’ଣ ପଦକ୍ଷେପ ଗ୍ରହଣ କରାଯାଇ ପାରିବ ସେ ନେଇ ମଧ୍ୟ ବଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories