www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରୀୟ ଆଇନ ସେବା ଦିବସ ପାଳିତ

ନବରଙ୍ଗପୁର : ନବରଙ୍ଗପୁର ଜିଲ। ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜିଲ। କୋର୍ଟ ପରିସରରେ ଆଇନଜୀବୀ, ପାରା ଲିଗାଲ ସଦସ୍ୟ ଓ ଛାତ୍ରଛାତ୍ରୀ ମାନଙ୍କୁ ନେଇ ରାଷ୍ଟ୍ରୀୟ ଆଇନ ସେବା ଦିବସ ପାଳିତ ହେଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ। ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ। ଦୌରାଜଜ ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା। ଏହି ଶିବିରରେ ଜିଲ। ଦୌରାଜଜ ସଂଜୀବ ଦୁବେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ପରିବାର ବିଚାର ବିଭାଗୀୟ ଜଜ ଡକ୍ଟର ମୁନରାନୀ ମିଶ୍ର, ଅତିରିକ୍ତ ଜିଲ। ଜଜ (ପୋକସୋ) ପ୍ରଣତୀ ସାହା, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୁଦାମ ଚରଣ ଦାଶ, ଜିଲ। ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ରେଜିଷ୍ଟ୍ରାର ଜିଲ। କୋର୍ଟ ସୁକାନ୍ତ କିଶୋର ଜେନା, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଅରୟବାଲା ତ୍ରିପାଠୀ, ଆଇନଜୀବି ସଂଘର ସଭାପତି ନରସିଂହନାଥ ତ୍ରିପାଠୀ, ଜିଲ। ଆଇନଜୀବି ସଂଘର ସମ୍ପାଦକ ରାମ ପ୍ରସାଦ ପାତ୍ର ଓ ବହୁ ଆଇନଜୀବୀ ଯୋଗ ଦେଇଥିଲେ ଓ ରାଷ୍ଟ୍ରୀୟ ଆଇନ ସେବା ଦିବସ, ବିଷୟରେ ଆଲୋକପାତ କରିଥିଲେ। ଏହାବ୍ୟତୀତ ରାଷ୍ଟ୍ରୀୟ ଆଇନ ସେବା ଦିବସ ଅବସରରେ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣରେ ଆଦେଶ କ୍ରମେ ଜିଲ। ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନୂତନ ଜିଲା କୋର୍ଟ ପରିସରରେ ଏକ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଜିଲ। ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତଙ୍କ ଦ୍ଵାରା ପରିଚାଳନା କରାଯାଇଥିଲା ।

 

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories