www.samajalive.in
Wednesday, November 12, 2025
27.1 C
Bhubaneswar

ଆସନ୍ତାକାଲି ଜଣାପଡିବ ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାମ

ଡେସ୍କ: ଏ ପର୍ଯ୍ୟନ୍ତ ବିଜେପି ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କାହାକୁ ମୁଖ୍ୟମନ୍ତ୍ରୀ କରିବ ତାହା ସ୍ଥିର ହୋଇ ନ ଥିବା ବେଳେ ସୋମବାର ଏଥିପାଇଁ ନାମ ଘୋଷଣା ହେବ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମନୋନୟନ ନିମନ୍ତେ ବିଜେପି ପକ୍ଷରୁ ଦଳୀୟ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହି ୩ଟି ରାଜ୍ୟ ଲାଗି ୩ଜଣ ଲେଖାଏଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ପର୍ଯ୍ୟବେକ୍ଷକଙ୍କ ତତ୍ତ୍ବାବଧାନରେ ବିଧାୟକ ଦଳ ବୈଠକ ବସି ମୁଖ୍ୟମନ୍ତ୍ରୀ ମନୋନୟନ କରାଯିବ।

ଆଜି ରାଜସ୍ଥାନ ଓ ଛତିଶଗଡରେ ନବନିର୍ବାଚିତ ବିଜେପି ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ। ବୈଠକରେ ବିଧାୟକ ଦଳ ନେତା ନିର୍ବାଚନ କରାଯିବ। ତେବେ ମଧ୍ୟପ୍ରଦେଶରେ ଡିସେମ୍ବର ୧୧ରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ତିନି ରାଜ୍ୟର ବିଧାୟକ ଦଳ ବୈଠକ ପରେ ନିର୍ବାଚିତ ନେତାଙ୍କ ନାମକୁ କେନ୍ଦ୍ରୀୟ ନେତାଙ୍କ ଅନୁମୋଦନ ନିମନ୍ତେ ପଠାଯିବ। କେନ୍ଦ୍ରୀୟ ନେତାଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯିବ ଓ ପରବର୍ତ୍ତୀ ସମୟରେ ଶପଥ ଗ୍ରହଣ ପାଇଁ ଦିନ ଧାର୍ଯ୍ୟ କରାଯିବ। ମୁଖ୍ୟମନ୍ତ୍ରୀ ପଦ ଲାଗି ଏହି ତିନି ରାଜ୍ୟରେ ଏକାଧିକ ନେତା ଦୌଡରେ ରହିଥିବାରୁ ଦ୍ବନ୍ଦ୍ବ ଲାଗି ରହିଛି।

Hot this week

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

Related Articles

Popular Categories