www.samajalive.in
Sunday, December 7, 2025
14.1 C
Bhubaneswar

ଏମ୍‌ଡି ଓ ସିଇଓଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗିରଫ

ବେଙ୍ଗାଲୁରୁ : ବେଙ୍ଗାଲୁରୁରେ ଏକ କମ୍ପାନୀର ସିଇଓ ଏବଂ ଏମଡିଙ୍କୁ ହତ୍ୟା ଘଟଣାରେ ୩ ଜଣଙ୍କୁ ପୁଲିସ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ୩ ଜଣ ହେଲେ ସାବାରିସ, ବିନୟ ରେଡ୍ଡି ଏବଂ ସନ୍ତୋଷ। ସୂଚନା ଅନୁସାରେ, ୩ ଜଣ ଅଭିଯୁକ୍ତ ଗତକାଲି ଖଣ୍ଡା ଏବଂ ଛୁରୀ ଧରି କମ୍ପାନୀ ଭିତରେ ପଶିଥିଲେ। ସେମାନେ କମ୍ପାନୀର ସିଇଓ (ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ବିନୁ କୁମାର ଏବଂ ଏମଡି(ପରିଚାଳନା ନିର୍ଦେଶକ) ଫନିନ୍ଦ୍ର ସୁବ୍ରମନ୍ୟମଙ୍କୁ ବାରମ୍ବାର ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ହୋଇଥିଲା। ତେବେ ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, ଅଭିଯୁକ୍ତମାନେ ପୂର୍ବରୁ ଏହି କମ୍ପାନୀରେ କାର୍ଯ୍ୟ କରୁଥିଲେ। କୌଣସି କାରଣରୁ ସେମାନେ ଇସ୍ତଫା ଦେଇ ନିଜର ବ୍ୟବସାୟ ଆରମ୍ଭ କରିଥିଲେ । ବ୍ୟକ୍ତିଗତ ଶତ୍ରୁତା କାରଣରୁ ସେମାନେ ଏହି ହତ୍ୟାକାଣ୍ଡ ଭିଆଇଥିବା ପୁଲିସ ସୂଚନାରୁ ଜଣାପଡ଼ିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories