www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୪ ମୃତ, ୧୦ ଆହତ

ଝାରଖଣ୍ଡ : ଶନିବାର ସକାଳ ୬ଟାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଝାଡଖଣ୍ଡର ବୋକାରୋ ଜିଲାରେ ଘଟିଛି ଏହି ଅଘଟଣ। ଧାର୍ମିକ ପତାକା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଲୋକଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରାଞ୍ଚିଠାରୁ ପ୍ରାୟ ୮୦ କିଲୋମିଟର ଦୂରରେ ଥିବା ପେତରୱାର ପୁଲିସ ଷ୍ଟେସନ ସୀମା ଅନ୍ତର୍ଗତ ଖେଟକୋ ଗ୍ରାମରେ ମହରମ ପଦଯାତ୍ରା ପାଇଁ ପ୍ରସ୍ତୁତି ଚାଲିଥିଲା। ଏହି ସମୟରେ ଲୁହା ରଡ୍ ସଂଯୋଗ କରୁଥିବା ଧାର୍ମିକ ପତାକା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ପଦଯାତ୍ରାକାରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories