www.samajalive.in
Tuesday, December 9, 2025
16.1 C
Bhubaneswar

ଜାତୀୟ ପେନସନ ଅଦାଲତ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓଡ଼ିଶା ଟେଲିକମ ସର୍କଲର ସଂଚାର ଲେଖା ନିୟନ୍ତ୍ରକଙ୍କ ପକ୍ଷରୁ ଏକ ଜାତୀୟ ପେନସନ ଅଦାଲତ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ସିସିଏ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏହି ଅଦାଲତ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଦିବ୍ୟାଙ୍ଗ ଜନ ସଶକ୍ତିକରଣ ବିଭାଗ ପକ୍ଷରୁ କମିଶନର ତଥା ସଚିବଭାସ୍କରଜ୍ୟୋତି ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ବରିଷ୍ଠ ନାଗରିକମାନଙ୍କ ସାମାଜିକ ସୁରକ୍ଷା ପଦକ୍ଷେପକୁ ଅଧିକ ସୁଦୃଢ଼ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଓଡ଼ିଶା ସର୍କଲର ସିସିଏ ଲୋପାମୁଦ୍ରା ମହାନ୍ତି ଉପସ୍ଥିତ ଥିଲେ। ସେ ତାଙ୍କ ଅଭିଭାଷଣରେ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ କହିବା ସହିତ ଟେଲିକମ ବିଭାଗ ଏବଂ ବିଏସନଏଲର ପେନସନ ମାମଲାଗୁଡ଼ିକୁ ସମାଧାନ କରିବା ଦିଗରେ ବିଭାଗ ପକ୍ଷରୁ ନିଆଯାଇଥିବା ଅଭିନବ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।

ଏହି ଦିନିକିଆ କାର୍ଯ୍ୟକ୍ରମରେ ପେନସନଭୋଗୀଙ୍କ ଅଭିଯୋଗର ସମାଧାନ, ଆର୍ଥିକ ଏବଂ ନିବେଶ ଉତ୍ପାଦ ସମ୍ପର୍କରେ ସଚେତନତା, ଡିଜିଟାଲ ପ୍ରମାଣପତ୍ର ଓ ସମ୍ପନ୍ନ ସମ୍ପର୍କରେ ସଚେତନତା ଏବଂ ବରିଷ୍ଠ ନାଗରିକମାନଙ୍କ ସୁରକ୍ଷା ଓ ନିରାପତା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories