www.samajalive.in
Sunday, December 7, 2025
26.1 C
Bhubaneswar

‘ସମାଜକୁ ଶୃଙ୍ଖଳିତ ଓ ବିକଶିତ କରେ ଗଣମାଧ୍ୟମ’

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ମାରୱାଡ଼ି ଧର୍ମଶାଳାଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। ସାମ୍ବାଦିକ ନବୀନ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାମ୍ବାଦିକ ଆକାଶ ମିଶ୍ର, ସାମ୍ବାଦିକ ଦୁର୍ଲ୍ଲଭ ଗଡ଼ତିଆ ମଞ୍ଚାସୀନ ରହିଥିଲେ। ଏହି କାର୍ଯ୍ୟକ୍ରମରେ ଗଣମାଧ୍ୟମର ସମସ୍ୟା ଉପରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା। ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ସମ୍ବାଦ ପତ୍ର ଉପରେ ସମୀକ୍ଷା କରିବାର ଆବଶ୍ୟକତା ରହିଛି। ସମ୍ବାଦ ପତ୍ର ସହ ସାମ୍ବାଦିକତା ସଙ୍କୁଚିତ ହେଉଥିବା ଦେଖି ଏହାକୁ ନିୟନ୍ତ୍ରଣ କରିବା ପାଇଁ ୧୯୬୬ ମସିହା ନଭେମ୍ବର ୧୬ ତାରିଖରେ ଭାରତ ସରକାର ପ୍ରେସ କାଉନସିଲ ସଂସ୍ଥା ଆରମ୍ଭ କରିଥିଲେ। ସେହି ଦିବସକୁ ପ୍ରତିବର୍ଷ ଭାରତରେ ଜାତୀୟ ପ୍ରେସ ଦିବସ ରୂପେ ପାଳନ କରାଯାଇ ଆସୁଛି। ଆଜିର ଏହି ପ୍ରେସ ଦିବସ ପାଳନ ଅବସରରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ହାରାଧନ୍ ପ୍ରଧାନ, ସମ୍ପାଦକ ଲୋକେଶ୍ୱର ପ୍ରଧାନ, ବସନ୍ତ ବାରିକ୍, ଭିକାରୀ ଚରଣ ବାରିକ୍, ଦୁର୍ବା ଦଲ ସ୍ୱାଇଁ, ଭୃଷଭାନୁ ସାହୁ ପ୍ରମୁଖ ଚାଷୀ ସଂଗଠନ ସାମିଲ ହୋଇ ଗଣମାଧ୍ୟମ ସମାଜକୁ ଶୃଙ୍ଖଳିତ ଓ ବିକଶିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ନିଜ ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ। ଶେଷରେ ଦୁର୍ଲ୍ଲଭ ଗଡତିଆ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories