www.samajalive.in
Monday, December 15, 2025
17.1 C
Bhubaneswar

ଉପଖଣ୍ଡ ସାମ୍ବାଦିକ ସଙ୍ଘ ପକ୍ଷରୁ ପ୍ରେସ ଦିବସ

କାମାକ୍ଷାନଗର :  କାମାକ୍ଷାନଗର ଉପଖଣ୍ଡ ସାମ୍ବାଦିକ ସଙ୍ଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ସଙ୍ଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଭାପତି ଶୁଭମୟ ନନ୍ଦ ଅଧ୍ୟକ୍ଷତା କରି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସାମ୍ବାଦିକ ମାନେ ଜାଗ୍ରତ ପ୍ରହରୀ ରୂପେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଉପସଭାପତି ଚିତ୍ତ ରଂଜନ ଦିବେଦୀ ସମ୍ବାଦ ପରିବେଷଣ ଉପରେ ଗୁରୁତ୍ୱାରୋପ କରିଥିଲେ। ସଂପାଦକ କରୁଣାକର ମଳିକ ଗଣମାଧ୍ୟମ ପ୍ରତନିଧିମାନେ ସତ୍ୟ ଘଟଣାକୁ ଲୋକ ଲୋଚନକୁ ଆଣିବାରେ ଗୁରୁତ୍ୱ ଦେବାକୁ ମତ ପ୍ରକାଶ କରିଥିଲେ। ଅନ୍ୟାମମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ଲକ୍ଷ୍ମୀଧର ନାୟକ, ପର୍ଶୁରାମ ପାତ୍ର, ପ୍ରହଲ୍ଲାଦ ମୁଦୁଲି, ସୋମ୍ୟରଞ୍ଜନ ନାୟକ, ସୁମନ୍ତ କୁମାର ଜେନା, ଅଜିତ କୁମାର ସାହୁ, ପଦ୍ମନାଭ ଦାସ, ଦିଲ୍ଲୀପ କୁମାର ନାୟକ, ଦୈତାରୀ ବେହେରା, ଅନିଲ କୁମାର ନାଏକ, ସୁମିତ୍ରା ମିଶ୍ର ପ୍ରମୁଖ ଲୋକମାନଙ୍କର ସମସ୍ୟାକୁ ଗୁରୁତ୍ୱ ଦେବା ସମ୍ପର୍କରେ ଆଲୋଚନା କରିଥିଲେ। ସଙ୍ଘର ସାଧାରଣ ସଂପାଦକ ପ୍ରକାଶ କୁମାର ପାତ୍ର ଧନ୍ୟବାଦ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories