www.samajalive.in
Sunday, December 7, 2025
23.1 C
Bhubaneswar

ଜାତୀୟ କ୍ରୀଡ଼ା ଦିବସ ପାଳିତ

ସୁଆଣ୍ଡୋ: କିମ୍ବଦନ୍ତୀ ହକି କ୍ରୀଡ଼ାବିତ୍ ଧ୍ୟାନଚାନ୍ଦଙ୍କ ପୁଣ୍ୟ ତିଥି ଅବସରରେ ପୁରୀ ଜିଲା ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ଓ ଶିକ୍ଷକ ତାଲିମ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଭବମ ପ୍ରଧାନ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ଶାରୀରିକ ଶିକ୍ଷା ଶିକ୍ଷକ ସୁଚିତ୍ର ଖଟେଇଙ୍କ ନେତୃତ୍ଵରେ ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ବାହାରି ଧ୍ୟାନଚାନ୍ଦ ଅମର ରହେ ଧ୍ୱନୀ ଦେଇ ବଜାର ପରିକ୍ରମା କରିଥିଲେ। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ବକ୍ତୃତା, ପ୍ରବନ୍ଧ, ଖୋଖୋ, କବାଡି ଓ ଭଲିବଲ ପ୍ରତିଯୋଗିତା କରାଯାଇଥିଲା। ଧ୍ୟାନଚାନ୍ଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଜାତୀୟ କ୍ରୀଡା ଦିବସ ତାତ୍ପର୍ଯ୍ୟ ସଂପର୍କରେ ଆଲୋଚନା କରାଯାଇଥିଲା। ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକ ପୁରସ୍କୃତ କରିଥିଲେ । ଶିକ୍ଷକ ବିଜୟକୁମାର ପରିଡା, ଦୂର୍ୟ୍ୟୋଧନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories