www.samajalive.in
Monday, December 15, 2025
14.1 C
Bhubaneswar

ଲୋକସେବା ଭବନରେ ରାଷ୍ଟ୍ରୀୟ ଏକତା ଦିବସ-ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଶପଥ ପାଠ କରାଇଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର:  ଭାରତର ସ୍ୱାଧୀନତା ସମୟରେ ଜାତୀୟ ସଂହତିରେ ପ୍ରମୁଖ ଅବଦାନ ରଖିଥିବା ‘ଲୌହ ମାନବ’ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସାରା ଦେଶରେ“ରାଷ୍ଟ୍ରୀୟ ଏକତା ଦିବସ” ପାଳନ କରାଯାଉଛି। ଏହି  ଦିବସ  ଆମର ଏକତା, ଅଖଣ୍ଡତା ରକ୍ଷା ସହିତ ଦେଶର ନିରାପତ୍ତା ପ୍ରତି ବିପଦକୁ ମୁକାବିଲା କରିବା ପାଇଁ ଆମ୍ଭମାନଙ୍କର ଅନ୍ତର୍ନିହିତ ଶକ୍ତି ଏବଂ  ସହନଶୀଳତାକୁ  ସୁନିଶ୍ଚିତ କରିବା ନିମନ୍ତେ  ପୁନଃ ପ୍ରତିବଦ୍ଧ ହେବା ପାଇଁ ସ୍ୱତନ୍ତ୍ର ଅବସର ଦେଇଥାଏ।
ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ବିଭିନ୍ନ ବିଭାଗରେ“ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ” କରାଯାଇଛି।  ଆଜି ପୂର୍ବାହ୍ନ ୧୧  ଘଣ୍ଟା ସମୟରେମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗଦେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଇଥିଲେ। ସମସ୍ତେ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ସମର୍ପିତ ରହିବା  ସହ ଦେଶବାସୀଙ୍କ ମଧ୍ୟରେ ଏହି ସନ୍ଦେଶ ପ୍ରସାର ପାଇଁ ପ୍ରଯତ୍ନ କରିବା ତଥା ଦେଶର ଆଭ୍ୟନ୍ତରୀୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ  ଯୋଗଦାନ କରିବାକୁ ଶପଥ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ବିଭିନ୍ନ ଶାଖାର ଅତିରିକ୍ତ ଶାସନ ସଚିବ, ବରିଷ୍ଠ ଅଧିକାରୀ, ଉପ ବିଭାଗୀୟ ଅଧିକାରୀଏବଂ କର୍ମଚାରୀମାନେ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।ସେହିପରିଲୋକସେବା ଭବନସ୍ଥିତ ବିଭିନ୍ନ କାର୍ଯ୍ୟାଳୟରେ ଆଜି ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଜଣାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories