ଉତ୍କଳ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଭୁବନେଶ୍ୱର: ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ତଥା ଭାରତର ପ୍ରଥମ ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ ହୋଇଥାଏ। ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନୀ ଉପରେ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦୁର୍ଗା ଶଙ୍କର ପଟ୍ଟନାୟକ ଏହି ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ।

prayash

ଉତ୍କଳ ବିଶ୍ବବିଦ୍ୟାଳୟ ସମେତ ଭାରତ ସରକାରଙ୍କ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ କଳା କେନ୍ଦ୍ର(ଆଇଏନସିଏ), ଭାରତୀୟ ଇତିହାସ ଅନୁସନ୍ଧାନ ପରିଷଦ(ଆଇସିଏଚଆର)ର ମିଳିତ ସହଯୋଗରେ ବାଣୀବିହାରରେ ‘ସର୍ଦ୍ଦାର ପଟେଲ-ଦି ଆର୍କିଟେକ୍‌ ଫର ୟୁନିଫିକେସନ’ ଶୀର୍ଷକ ପୋଷ୍ଟର ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଏହି ଅବସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନ ଏବଂ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅବଦାନ ସମ୍ପର୍କିତ ପୋଷ୍ଟର ପିଜି କାଉନସିଲ୍ ହଲ୍ ଏବଂ ପ୍ରଶାସନିକ ଭବନରେ ପ୍ରଦର୍ଶିତ କରାଯାଇଥିଲା। ଏହି ପ୍ରଦର୍ଶିନୀକୁ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀ ବୁଲି ଦେଖିଥିଲେ।
ଛାତ୍ର ମଙ୍ଗଳ ନିର୍ଦ୍ଦେଶିକା ପ୍ରଫେସର ମିତାଲି ଚିନାରା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

kalyan agarbati

Comments are closed.